Oriya ବାଇବଲ |
ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ
ଗୀତସଂହିତା
ଗୀତସଂହିତା ଅଧ୍ୟାୟ 112
ଗୀତସଂହିତା ଅଧ୍ୟାୟ 112
ସଜ୍ଜନର ଆନନ୍ଦ 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।
2 ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦପ୍ରାପ୍ତ ହେବେ।
3 ତାହାର ଗୃହରେ ଧନ ସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ
ଗୀତସଂହିତା ଅଧ୍ୟାୟ 112
4 ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ* ସେ କିଅବା ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ।
5 ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।
6 କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
ଗୀତସଂହିତା ଅଧ୍ୟାୟ 112
7 ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।
8 ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ।
9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ† ଶୃଙ୍ଗ ଅର୍ଥାତ୍ ବଳ ଉନ୍ନତ ହେବ।
ଗୀତସଂହିତା ଅଧ୍ୟାୟ 112
10 ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳିଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।