Oriya ବାଇବଲ |
ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ
ଗୀତସଂହିତା
ଗୀତସଂହିତା ଅଧ୍ୟାୟ 12
ଗୀତସଂହିତା ଅଧ୍ୟାୟ 12
ସହାୟତା ପାଇଁ ପ୍ରାର୍ଥନା 1
2 *ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍ ସ୍ୱରରେ ଦାଉଦଙ୍କର ଗୀତ। *ସଦାପ୍ରଭୁ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି; *ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି। *ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।
ଗୀତସଂହିତା ଅଧ୍ୟାୟ 12
3 ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ;
4 ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ?
5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।
ଗୀତସଂହିତା ଅଧ୍ୟାୟ 12
6 ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ।
7 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ।
8 ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି।