Oriya ବାଇବଲ |
ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ
ଗୀତସଂହିତା
ଗୀତସଂହିତା ଅଧ୍ୟାୟ 125
ଗୀତସଂହିତା ଅଧ୍ୟାୟ 125
ସଦାପ୍ରଭୁଙ୍କ ଲୋକମାନଙ୍କର ନିରାପତ୍ତା 1
2 *ଆରୋହଣ-ଗୀତ। *ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, *ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ। *ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।
ଗୀତସଂହିତା ଅଧ୍ୟାୟ 125
3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।
4 ହେ ସଦାପ୍ରଭୁ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର।
5 ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।