Oriya ବାଇବଲ |

ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ

ଗୀତସଂହିତା

ଗୀତସଂହିତା ଅଧ୍ୟାୟ 141
ଗୀତସଂହିତା ଅଧ୍ୟାୟ 141

ସନ୍ଧ୍ୟା ପ୍ରାର୍ଥନା 1

2 *ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋ’ ପକ୍ଷରେ ସତ୍ୱର ହୁଅ; *ମୁଁ ଡାକିବା ବେଳେ ମୋ’ ରବରେ କର୍ଣ୍ଣ ଦିଅ। *ସୁଗନ୍ଧି ଧୂପ ପରି ମୋ’ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ।

ଗୀତସଂହିତା ଅଧ୍ୟାୟ 141

3 ହେ ସଦାପ୍ରଭୁ, ମୋ’ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋ’ ଓଷ୍ଠାଧରର କବାଟ ରକ୍ଷା କର।

4 ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋ’ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ।

5 ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋ’ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋ’ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।

ଗୀତସଂହିତା ଅଧ୍ୟାୟ 141

6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ।

7 କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି।

8 କାରଣ ହେ ପ୍ରଭୁ, ସଦାପ୍ରଭୁ, ମୋ’ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋ’ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ।

ଗୀତସଂହିତା ଅଧ୍ୟାୟ 141

9 ମୋ’ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର।

10 ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ, ସେହି ଅବସରରେ ମୁଁ ରକ୍ଷା ପାଏ।