Oriya ବାଇବଲ |

ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ

ଗୀତସଂହିତା

ଗୀତସଂହିତା ଅଧ୍ୟାୟ 23
ଗୀତସଂହିତା ଅଧ୍ୟାୟ 23

ସଦାପ୍ରଭୁ ମୋର ପ୍ରତିପାଳକ 1

2 *ଦାଉଦଙ୍କର ଗୀତ। *ସଦାପ୍ରଭୁ ମୋହର ପ୍ରତିପାଳକ; *ମୋହର ଅଭାବ ହେବ ନାହିଁ। *ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।

3 ସେ ମୋ’ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।

ଗୀତସଂହିତା ଅଧ୍ୟାୟ 23

4 ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।

5 ତୁମ୍ଭେ ମୋ’ ଶତ୍ରୁଗଣଙ୍କ ସାକ୍ଷାତରେ ମୋ’ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋ’ ମସ୍ତକ ସିକ୍ତ କରିଅଛ; ମୋ’ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।

ଗୀତସଂହିତା ଅଧ୍ୟାୟ 23

6 ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।