Oriya ବାଇବଲ |
ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ
ଗୀତସଂହିତା
ଗୀତସଂହିତା ଅଧ୍ୟାୟ 66
ଗୀତସଂହିତା ଅଧ୍ୟାୟ 66
ପ୍ରଶଂସା ଓ ଧନ୍ୟବାଦର ଗୀତ 1
2 *ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ। *ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। *ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର।
3 ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର ! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।”
ଗୀତସଂହିତା ଅଧ୍ୟାୟ 66
4 ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ।
5 ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି।
6 ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।
ଗୀତସଂହିତା ଅଧ୍ୟାୟ 66
7 ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। *ସେଲା
8 ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ;
ଗୀତସଂହିତା ଅଧ୍ୟାୟ 66
9 ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ।
10 କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।
11 ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ।
ଗୀତସଂହିତା ଅଧ୍ୟାୟ 66
12 ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।
13 ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ
14 ମୋ’ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋ’ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି।
ଗୀତସଂହିତା ଅଧ୍ୟାୟ 66
15 ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। *ସେଲା
16 ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।
ଗୀତସଂହିତା ଅଧ୍ୟାୟ 66
17 ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋ’ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ।
18 ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋ’ କଥା ଶୁଣିବେ ନାହିଁ;
19 ମାତ୍ର ନିଶ୍ଚୟ ପରମେଶ୍ୱର ମୋ’ କଥା ଶୁଣିଅଛନ୍ତି, ସେ ମୋ’ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି।
ଗୀତସଂହିତା ଅଧ୍ୟାୟ 66
20 ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋ’ଠାରୁ ଆପଣା ଦୟା ଦୂର କରି ନାହାନ୍ତି।