Oriya ବାଇବଲ |
ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ
ଗୀତସଂହିତା
ଗୀତସଂହିତା ଅଧ୍ୟାୟ 72
ଗୀତସଂହିତା ଅଧ୍ୟାୟ 72
ରାଜାଙ୍କ ପାଇଁ ପ୍ରାର୍ଥନା 1
2 *ଶଲୋମନଙ୍କର ଗୀତ। *ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ *ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର। *ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।
3 ଧର୍ମ ଦ୍ୱାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ।
ଗୀତସଂହିତା ଅଧ୍ୟାୟ 72
4 ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ।
5 ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ ଲୋକମାନେ ତୁମ୍ଭଙ୍କୁ ଭୟ କରିବେ।
6 କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ।
ଗୀତସଂହିତା ଅଧ୍ୟାୟ 72
7 ତାହାଙ୍କ ସମୟରେ ଧାର୍ମିକମାନେ* ଧାର୍ମିକମାନେ କିମ୍ବା ଧାର୍ମିକତା ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।
8 ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
ଗୀତସଂହିତା ଅଧ୍ୟାୟ 72
9 ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।
10 ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟୀ ଦାନ କରିବେ।
11 ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।
ଗୀତସଂହିତା ଅଧ୍ୟାୟ 72
12 କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।
13 ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।
14 ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ† ଜୀବନ ରକ୍ତ ବହୁମୂଲ୍ୟ ହେବ।
ଗୀତସଂହିତା ଅଧ୍ୟାୟ 72
15 ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ।
16 ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।
ଗୀତସଂହିତା ଅଧ୍ୟାୟ 72
17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
18 ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟ କର୍ମ କରନ୍ତି;
ଗୀତସଂହିତା ଅଧ୍ୟାୟ 72
19 ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍, ଆମେନ୍।
20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ।