Oriya ବାଇବଲ |
ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ
ଗୀତସଂହିତା
ଗୀତସଂହିତା ଅଧ୍ୟାୟ 76
ଗୀତସଂହିତା ଅଧ୍ୟାୟ 76
ବିଜୟୀ ପରମେଶ୍ୱର 1
2 *ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ। *ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; *ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ। *ମଧ୍ୟ ଶାଲେମ୍ରେ[* ଶାଲେମ୍ରେ ଯିରୂଶାଲେମରେ ] ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ।
ଗୀତସଂହିତା ଅଧ୍ୟାୟ 76
3 ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। *ସେଲା
4 ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ।
5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ† ନିଦ୍ରାରେ ନିଦ୍ରିତ ଅର୍ଥାତ୍ ମରିଅଛନ୍ତି ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ।
ଗୀତସଂହିତା ଅଧ୍ୟାୟ 76
6 ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି।
7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ?
8 ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ
ଗୀତସଂହିତା ଅଧ୍ୟାୟ 76
9 ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା। *ସେଲା
10 ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।
11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ।
ଗୀତସଂହିତା ଅଧ୍ୟାୟ 76
12 ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।