Oriya ବାଇବଲ |

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ total 22 ଅଧ୍ୟାୟଗୁଡ଼ିକ

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 15
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 15

ସପ୍ତକ୍ଲେଶଧାରୀ ସପ୍ତ ଦୂତ 1 ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଈଶ୍ୱରଙ୍କ କ୍ରୋଧ ସମାପ୍ତ ।

2 ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ୱରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 15

3 ସେମାନେ ଈଶ୍ୱରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ ।

4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 15

5 ଏଥିଉତ୍ତାରେ ମୁଁ ଦେଖିଲି, ସ୍ୱର୍ଗସ୍ଥ ସାକ୍ଷ୍ୟ ତମ୍ବୁର ମନ୍ଦିରର ଦ୍ୱାର ଉନ୍ମୁକ୍ତ ହେଲା,

6 ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ ।

7 ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ୱରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 15

8 ଆଉ ଈଶ୍ୱରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ ।