ପ୍ରଥମ ବଂଶାବଳୀ ଅଧ୍ୟାୟ 18
12 ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ-ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା ।
13 ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ । ପୁଣି ଦାଉଦ ଯେଉଁ ଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ ।
14 ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ଵ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ ।
15 ପୁଣି ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ-ଲେଖକ ଥିଲା ।
8