Oriya ବାଇବଲ |
ପିତରଙ୍କ ପ୍ରଥମ ପତ୍ total 5 ଅଧ୍ୟାୟଗୁଡ଼ିକ
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 2
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 2
1 ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ଵାଦନ କରିଅଛ,
2 ତାହାହେଲେ ସମସ୍ତପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି
3 ନବଜାତ ଶିଶୁ ତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ଦ୍ଵାରା ପରିତ୍ରାଣାର୍ଥେ ବୃଦ୍ଧି ପାଇ ପାର ।
4 ଜୀବନ୍ତ ପ୍ରସ୍ତର ସ୍ଵରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ଵାରା ଅଗ୍ରାହ୍ୟହେଲେ ସତ, କିନ୍ତୁ ଈଶ୍ଵରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 2
5 ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ଵରୂପ ହୋଇ ଗୋଟିଏ ପାରମାର୍ଥିକ ଗୃହରୂପରେ ନିର୍ମିତ ହୁଅ ।
6 କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସୀୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ଵାସ କରିବ, ସେ ଲଜ୍ଜିତ ହେବ ନାହିଁ ।
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 2
7 ଏଣୁ ବିଶ୍ଵାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ଵାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର
8 ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ-ସ୍ଵରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ ।
9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ଵାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି ଈଶ୍ଵରଙ୍କ ନିଜସ୍ଵ ପ୍ରଜା ହୋଇଅଛ ।
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 2
10 ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ଵରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ ।
11 ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ାକରୁ, ବିମୁଖ ହୁଅ, ସେଗୁଡ଼ାକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ ।
12 ତୁମ୍ଭେମାନେ ବିଜାତିମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ଵରଙ୍କ ଗୌରବ କରିବେ ।
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 2
13 ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,
14 ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀ-ମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ଵାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ ।
15 କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧ-ମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ଵରଙ୍କ ଇଚ୍ଛା;
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 2
16 ତୁମ୍ଭେମାନେ ସ୍ଵାଧୀନ ହେଲେହେଁ ତୁମ୍ଭମାନଙ୍କର ସ୍ଵାଧୀନତାକୁ ଦୁଷ୍ଟତାର ଆବରଣ ସ୍ଵରୂପେ ବ୍ୟବହାର ନ କରି ବରଂ ଈଶ୍ଵରଙ୍କ ଦାସ ହୋଇ ସତ୍କର୍ମ କର ।
17 ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ଵରଙ୍କୁ ଭୟ କର, ରାଜାଙ୍କୁ ସମାଦର କର ।
18 ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦ୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ ।
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 2
19 କାରଣ କେହି ଯେବେ ଈଶ୍ଵରଙ୍କୁ ସାକ୍ଷାତ୍ ମାନି ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ ।
20 ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷରୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କଅଣ ସୁଖ୍ୟାତିଣ? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ଵରଙ୍କ ନିକଟରେ ପ୍ରଶଂସାର ବିଷୟ ।
21 ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 2
22 ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା ।
23 ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;
24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 2
25 କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ ।