Oriya ବାଇବଲ |

ପ୍ରଥମ ଶାମୁୟେଲ total 31 ଅଧ୍ୟାୟଗୁଡ଼ିକ

ପ୍ରଥମ ଶାମୁୟେଲ

ପ୍ରଥମ ଶାମୁୟେଲ ଅଧ୍ୟାୟ 5
ପ୍ରଥମ ଶାମୁୟେଲ ଅଧ୍ୟାୟ 5

1 ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ଵରଙ୍କ ସିନ୍ଦୁକ ନେଇ ଏବନ୍-ଏଜରରୁ ଅସ୍ଦୋଦକୁ ଯାଇଥିଲେ ।

2 ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ଵରଙ୍କ ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ ।

3 ତହିଁ ପରଦିନ ଅସ୍ଦୋଦର ଲୋକମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି । ତେଣୁ ସେମାନେ ଦାଗୋନ୍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।

ପ୍ରଥମ ଶାମୁୟେଲ ଅଧ୍ୟାୟ 5

4 ପୁଣି ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି ଦାଗୋନ୍ର ମୁଣ୍ତ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ଵାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକୀ ରହିଅଛି ।

5 ଏହେତୁ ଦାଗୋନ୍ର ଯାଜକମାନେ ଅବା ଯେଉଁମାନେ ଦାଗୋନ୍ ମନ୍ଦିରକୁ ଆସନ୍ତି, ସେମାନଙ୍କ ମଧ୍ୟରୁ କେହି ଆଜି ପର୍ଯ୍ୟନ୍ତ ଅସ୍ଦୋଦସ୍ଥିତ ଦାଗୋନ୍ର ଦ୍ଵାରବନ୍ଧ ମାଡ଼ନ୍ତି ନାହିଁ ।

ପ୍ରଥମ ଶାମୁୟେଲ ଅଧ୍ୟାୟ 5

6 ମାତ୍ର ଅସ୍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ ।

7 ତହୁଁ ଅସ୍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି ।

8 ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କି ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା? ତହିଁରେ ସେମାନେ ଉତ୍ତର କଲେ, ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ଗାଥ୍କୁ ନିଆଯାଉ । ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ନେଇଗଲେ ।

ପ୍ରଥମ ଶାମୁୟେଲ ଅଧ୍ୟାୟ 5

9 ପୁଣି ସେମାନେ ତାହା ନେଇ ଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା ।

10 ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ଵରଙ୍କ ସିନ୍ଦୁକ ପଠାଇଲେ । ତହିଁରେ ପରମେଶ୍ଵରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି ।

ପ୍ରଥମ ଶାମୁୟେଲ ଅଧ୍ୟାୟ 5

11 ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟ-ମାନଙ୍କ ସମସ୍ତ ଅଧିପତିଙ୍କି ଏକତ୍ରିତ କରି କହିଲେ, ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ପଠାଇ ଦିଅ, ତାହା ସ୍ଵସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ; କାରଣ ନଗରର ସର୍ବତ୍ର ମୃତ୍ୟୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ଵରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା ।

12 ପୁଣି ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା ।

ପ୍ରଥମ ଶାମୁୟେଲ ଅଧ୍ୟାୟ 5