ଦିତୀୟ ବଂଶାବଳୀ ଅଧ୍ୟାୟ 22
10 ଏଥି ମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ ।
11 ମାତ୍ର ରାଜାଙ୍କର କନ୍ୟା ଯିହୋଶାବତ୍ ଅହସୀୟଙ୍କର ପୁତ୍ର ଯୋୟାଶ୍ଙ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାଙ୍କୁ ଚୋରାଇ ନେଇ ତାଙ୍କୁ ଓ ତାଙ୍କର ଧାତ୍ରୀକି ଶୟନାଗାରରେ ରଖିଲା । ଏହିରୂପେ ଯିହୋୟାଦା ଯାଜକର ଭାର୍ଯ୍ୟା, ଯିହୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶାବତ୍, ଅଥଲୀୟାଙ୍କଠାରୁ ତାଙ୍କୁ ଲୁଚାଇଲା, ତେଣୁ ସେ ତାଙ୍କୁ ବଧ କରି ପାରିଲେ ନାହିଁ ।
8