ଦିତୀୟ ବିବରଣ ଅଧ୍ୟାୟ 26
12 ତୃତୀୟ ବର୍ଷରେ, ଅର୍ଥାତ୍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକି, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗରଦ୍ଵାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ ।
13 ତହୁଁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଏହା କହିବ, ମୋʼ ପ୍ରତି ତୁମ୍ଭର ସମସ୍ତ ଆଜ୍ଞାନୁସାରେ ମୁଁ ଆପଣା ଗୃହରୁ ପବିତ୍ର ବସ୍ତୁ ବାହାର କରି ପୃଥକ ରଖିଅଛି, ମଧ୍ୟ ଲେବୀୟକୁ ଓ ବିଦେଶୀକି, ପିତୃହୀନକୁ ଓ ବିଧବାକୁ ଦେଇଅଛି; ମୁଁ ତୁମ୍ଭର କୌଣସି ଆଜ୍ଞା ଲଙ୍ଘନ କରି ନାହିଁ, କିଅବା ତାହା ପାସୋରି ନାହିଁ ।
8