Oriya ବାଇବଲ |
ଯାତ୍ରା ପୁସ୍ତକ total 40 ଅଧ୍ୟାୟଗୁଡ଼ିକ
ଯାତ୍ରା ପୁସ୍ତକ
ଯାତ୍ରା ପୁସ୍ତକ ଅଧ୍ୟାୟ 29
ଯାତ୍ରା ପୁସ୍ତକ ଅଧ୍ୟାୟ 29
1 ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁ; ଏକ ଗୋବତ୍ସ ଓ ଦୁଇ ମେଷ ନେବ ।
2 ପୁଣି ତାଡ଼ିଶୂନ୍ୟ ରୋଟୀ ଓ ତୈଳମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ,
3 ପୁଣି ଗୋଟିଏ ଡାଲାରେ ତାହା ରଖିବ ଓ ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ ।
ଯାତ୍ରା ପୁସ୍ତକ ଅଧ୍ୟାୟ 29
4 ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ଵୁ-ଦ୍ଵାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ ।
5 ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା ଓ ଏଫୋଦର ଚୋଗା ଓ ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ ।
6 ତାହାର ମସ୍ତକରେ ପାଗ ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ ।
7 ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ ।
ଯାତ୍ରା ପୁସ୍ତକ ଅଧ୍ୟାୟ 29
8 ତହୁଁ ତୁମ୍ଭେ ହାରୋଣର ପୁତ୍ରଗଣକୁ ଆଣି ଜାମା ପରିଧାନ କରାଇବ ।
9 ପୁଣି ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ଵାରା ଯାଜକତ୍ଵ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ ।
10 ଅନନ୍ତର ତୁମ୍ଭେ ସମାଗମ-ତମ୍ଵୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତର ନିର୍ଭର ଦେବେ।
ଯାତ୍ରା ପୁସ୍ତକ ଅଧ୍ୟାୟ 29
11 ତହୁଁ ତୁମ୍ଭେ ସମାଗମ-ତମ୍ଵୁ ଦ୍ଵାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ ।
12 ଅନନ୍ତର ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ଵାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ ।
13 ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ ।
14 ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ।
ଯାତ୍ରା ପୁସ୍ତକ ଅଧ୍ୟାୟ 29
15 ଅନନ୍ତର ତୁମ୍ଭେ ପ୍ରଥମ ମେଷ ନେବ; ପୁଣି ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣାମାନଙ୍କ ହସ୍ତର ନିର୍ଭର ଦେବେ ।
16 ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ ।
17 ତହିଁ ଉତ୍ତାରେ ମେଷକୁ ଖଣ୍ତ ଖଣ୍ତ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ତସକଳ ଓ ମସ୍ତକ ଉପରେ ରଖିବ ।
18 ପୁଣି ତୁମ୍ଭେ ମେଷକୁ ଗୋଟାଯାକ ବେଦି ଉପରେ ଦଗ୍ଧ କରିବନ୍ତତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ।
ଯାତ୍ରା ପୁସ୍ତକ ଅଧ୍ୟାୟ 29
19 ଅନନ୍ତର ତୁମ୍ଭେ ଦ୍ଵିତୀୟ ମେଷକୁ ନେବ, ପୁଣି ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ହସ୍ତ ନିର୍ଭର ଦେବେ।
20 ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଦେବ, ପୁଣି ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ ।
21 ଅନନ୍ତର ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ ।
ଯାତ୍ରା ପୁସ୍ତକ ଅଧ୍ୟାୟ 29
22 ଆହୁରି, ତୁମ୍ଭେ ସେହି ମେଷର ମେଦ ଓ ମେଦମୟ ଲାଙ୍ଗୁଳ ଓ ଅନ୍ତ୍ର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ସେ ପଦ- ନିଯୋଗାର୍ଥକ ମେଷ ।
23 ପୁଣି ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୋଟୀର ଡାଲାରୁ ଏକ ରୋଟୀ ଓ ତୈଳମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ
24 ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ ।
ଯାତ୍ରା ପୁସ୍ତକ ଅଧ୍ୟାୟ 29
25 ଅନନ୍ତର ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ । ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ।
26 ଅନନ୍ତର ତୁମ୍ଭେ ହାରୋଣର ପଦ-ନିଯୋଗାର୍ଥକ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ତ ତୁମ୍ଭର ଅଂଶ ହେବ ।
27 ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦ-ନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ ।
ଯାତ୍ରା ପୁସ୍ତକ ଅଧ୍ୟାୟ 29
28 ତହିଁରେ ଅନନ୍ତକାଳୀନ ବିଧି ଦ୍ଵାରା ଇସ୍ରାଏଲ-ସନ୍ତାନଗଣଠାରୁ ତାହା ହାରୋଣର ଓ ତାହାର ପୁତ୍ରଗଣର ଅଧିକାର ହେବ, ଯେହେତୁ ତାହା ଉତ୍ତୋଳନୀୟ ଉପହାର; ଇସ୍ରାଏଲ-ସନ୍ତାନଗଣର ଏହି ଉତ୍ତୋଳନୀୟ ଉପହାର ସେମାନଙ୍କ ମଙ୍ଗଳାର୍ଥକ ବଳିରୁ ଦେୟ ହେବ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କର ଉତ୍ତୋଳନୀୟ ଉପହାର ।
29 ପୁଣି ହାରୋଣର (ମୁତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ-ନିଯୋଗ ସମୟରେ ସେମାନେ ତାହା ପରିଧାନ କରିବେ।
ଯାତ୍ରା ପୁସ୍ତକ ଅଧ୍ୟାୟ 29
30 ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ଵୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନପରିଧାନ କରିବ ।
31 ଅନନ୍ତର ତୁମ୍ଭେ ସେହି ପଦ-ନିଯୋଗାର୍ଥକ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ,
32 ପୁଣି ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୋଟୀ ଭୋଜନ କରିବେ ।
ଯାତ୍ରା ପୁସ୍ତକ ଅଧ୍ୟାୟ 29
33 ପୁଣି ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ଵାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହା ସବୁ ପବିତ୍ର ବସ୍ତୁ ।
34 ଆଉ ସେହି ପଦ-ନିଯୋଗାର୍ଥକ ମାଂସ ଓ ରୋଟୀରୁ ଯେବେ ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ।
ଯାତ୍ରା ପୁସ୍ତକ ଅଧ୍ୟାୟ 29
35 ଆମ୍ଭେ ତୁମ୍ଭକୁ ଏହି ଯେସବୁ ଆଜ୍ଞା ଦେଲୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ପଦନିଯୋଗରେ ସାତଦିନ ଲାଗିବ ।
36 ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତି ଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ମୁକ୍ତପାପ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ ।
37 ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
ଯାତ୍ରା ପୁସ୍ତକ ଅଧ୍ୟାୟ 29
38 ସେହି ବେଦି ଉପରେ ତୁମ୍ଭେ ଏହି ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିତ୍ୟ ନିତ୍ୟ ପ୍ରତିଦିନ ଏକବର୍ଷୀୟ ଦୁଇ ମେଷଶାବକ,
39 ଅର୍ଥାତ୍, ତାହାର ପ୍ରଥମ ମେଷଶାବକକୁ ପ୍ରଭାତରେ ଉତ୍ସର୍ଗ କରିବ ଓ ଦ୍ଵିତୀୟ ମେଷଶାବକକୁ ସନ୍ଧ୍ୟା ବେଳେ ଉତ୍ସର୍ଗ କରିବ ।
40 ପୁଣି ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ ।
ଯାତ୍ରା ପୁସ୍ତକ ଅଧ୍ୟାୟ 29
41 ଆଉ ସନ୍ଧ୍ୟା ବେଳେ ଦ୍ଵିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ଵରୂପେ ତାହା ଉତ୍ସର୍ଗ କରିବ ।
42 ଏହା ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା ।
ଯାତ୍ରା ପୁସ୍ତକ ଅଧ୍ୟାୟ 29
43 ଆଉ ସେସ୍ଥାନରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସହିତ ସାକ୍ଷାତ କରିବା; ପୁଣି ଆମ୍ଭ ପ୍ରତାପରେ (ତମ୍ଵୁ) ପବିତ୍ରୀକୃତ ହେବ।
44 ଆଉ, ଆମ୍ଭେ ସମାଗମ-ତମ୍ଵୁ ଓ ବେଦି ପବିତ୍ର କରିବା, ପୁଣି ଆମ୍ଭର ଯାଜକକର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା ।
45 ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ଵର ହେବା।
46 ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ଵର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ।