Oriya ବାଇବଲ |

ଯାତ୍ରା ପୁସ୍ତକ total 40 ଅଧ୍ୟାୟଗୁଡ଼ିକ

ଯାତ୍ରା ପୁସ୍ତକ

ଯାତ୍ରା ପୁସ୍ତକ ଅଧ୍ୟାୟ 36
ଯାତ୍ରା ପୁସ୍ତକ ଅଧ୍ୟାୟ 36

1 ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ରଚନା କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ ।

2 ଅନନ୍ତର ମୋଶା ସେହି ବତ୍ସଲେଲ ଓ ଅହଲୀୟାବକୁ ଓ ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ ।

ଯାତ୍ରା ପୁସ୍ତକ ଅଧ୍ୟାୟ 36

3 ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ରଚନା କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ଵେଚ୍ଛାରେ ଆହୁରି ଉପହାର ଆଣିଲେ ।

4 ତହୁଁ ପବିତ୍ର ସ୍ଥାନର ସମସ୍ତ କର୍ମକାରୀ ବିଜ୍ଞମନା ଲୋକମାନେ ଆପଣା ଆପଣା କର୍ମରୁ ଆସି ମୋଶାଙ୍କୁ କହିଲେ,

5 ସଦାପ୍ରଭୁ ଯାହା ଯାହା ରଚନା କରିବାକୁ ଆଜ୍ଞା ଦେଇ ଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି ।

ଯାତ୍ରା ପୁସ୍ତକ ଅଧ୍ୟାୟ 36

6 ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ ।

7 କାରଣ ସମସ୍ତ କର୍ମ କରିବାକୁ ସେମାନଙ୍କର ଦ୍ରବ୍ୟ ପ୍ରଚୁର ଓ ତତୋଧିକ ଥିଲା ।

8 ଅନନ୍ତର କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର ଓ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ଵାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି ତହିଁ ମଧ୍ୟରେ ଶିଳ୍ପ କର୍ମରେ କିରୂବର ଆକୃତି କଲେ ।

ଯାତ୍ରା ପୁସ୍ତକ ଅଧ୍ୟାୟ 36

9 ପ୍ରତ୍ୟେକ ଯବନିକା ଅଠାଇଶ୍ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା ।

10 ପୁଣି ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ ।

11 ଆଉ, ସେ ଯୋଡ଼ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ତିଘରା କଲେ; ଯୋଡ଼ସ୍ଥାନର ଦ୍ଵିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ ।

12 ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା ଓ ଯୋଡ଼ସ୍ଥାନର ଦ୍ଵିତୀୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କଲେ; ସେହି ଘୁଣ୍ତିଘରାସବୁ ପରସ୍ପର ସମ୍ମୁଖୀନ ରହିଲା ।

ଯାତ୍ରା ପୁସ୍ତକ ଅଧ୍ୟାୟ 36

13 ଆଉ ସେ ପଚାଶ ସ୍ଵର୍ଣ୍ଣଘୁଣ୍ତି କରି ଘୁଣ୍ତିରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା ।

14 ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ଵୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ ।

15 ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ, ସେହି ଏକାଦଶ ଯବନିକାର ସମାନ ପରିମାଣ ଥିଲା ।

16 ପୁଣି ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ୍ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ୍ ରଖିଲେ ।

ଯାତ୍ରା ପୁସ୍ତକ ଅଧ୍ୟାୟ 36

17 ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କଲେ ଓ ଦ୍ଵିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଘୁଣ୍ତିଘରା କଲେ ।

18 ଆଉ ସେ ଯୋଡ଼ ଦେଇ ଏକ ତମ୍ଵୁ କରିବା ପାଇଁ ପିତ୍ତଳର ପଚାଶ ଘୁଣ୍ତି କଲେ ।

19 ପୁଣି ସେ ରକ୍ତୀକୃତ ମେଷ ଚର୍ମରେ ତମ୍ଵୁର ଏକ ଛାତ ଓ ତହିଁ ଉପରେ ଶିଶୁକ ଚର୍ମର ଏକ ଛାତ ପ୍ରସ୍ତୁତ କଲେ।

20 ଅନନ୍ତର ସେ ଆବାସ ନିମିତ୍ତ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ ।

ଯାତ୍ରା ପୁସ୍ତକ ଅଧ୍ୟାୟ 36

21 ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଥିଲା ।

22 ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ ।

23 ଆଉ ସେ ଆବାସର ଦକ୍ଷିଣ ଦିଗସ୍ଥ ଦକ୍ଷିଣ ପାର୍ଶ୍ଵ ନିମନ୍ତେ କୋଡ଼ିଏ ପଟା ପ୍ରସ୍ତୁତ କଲେ ।

24 ପୁଣି ସେ ସେହି କୋଡ଼ିଏ ପଟା ତଳେ ଚାଳିଶଟି ରୂପାର ଚୁଙ୍ଗୀ କଲେ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଦୁଇ ଚୁଙ୍ଗୀ କଲେ ।

ଯାତ୍ରା ପୁସ୍ତକ ଅଧ୍ୟାୟ 36

25 ପୁଣି ଆବାସର ଅନ୍ୟ ପାର୍ଶ୍ଵ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ ।

26 ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ରୂପାର ଚାଳିଶ ଚୁଙ୍ଗୀ କଲେ ।

27 ସେ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵ ନିମନ୍ତେ ଛଅ ଖଣ୍ତ ପଟା କଲେ ।

28 ପୁଣି ଆବାସର ସେହି ପଶ୍ଚାଦ୍ ଭାଗର ଦୁଇ କୋଣ ନିମନ୍ତେ ଦୁଇ ଖଣ୍ତ ପଟା କଲେ ।

29 ପୁଣି ତହିଁ ତଳେ ଯୋଡ଼ ରହିଲା ଓ ସେହିରୂପ ତହିଁର ମୁଣ୍ତରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ ।

ଯାତ୍ରା ପୁସ୍ତକ ଅଧ୍ୟାୟ 36

30 ତହିଁରେ ଆଠ ପଟା, ପୁଣି ଏକ ଏକ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ଷୋଳ ରୂପାଚୁଙ୍ଗୀ କଲେ ।

31 ଆଉ ସେ ଶିଟୀମ୍ କାଷ୍ଠରେ ଅର୍ଗଳ ପ୍ରସ୍ତୁତ କରି ଆବାସର ଏକ ପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ

32 ଓ ଅନ୍ୟ ପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵର ପଟାରେ ପାଞ୍ଚ ଅର୍ଗଳ ଦେଲେ ।

33 ପୁଣି ମଧ୍ୟସ୍ଥିତ ଅର୍ଗଳ, ପଟାର ମଧ୍ୟଦେଶରେ ଏମୁଣ୍ତରୁ ସେମୁଣ୍ତ ଯାଏ ପାଇଲା ।

ଯାତ୍ରା ପୁସ୍ତକ ଅଧ୍ୟାୟ 36

34 ଆଉ, ସେ ସେହିସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ ।

35 ଅନନ୍ତର ସେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କଲେ ।

36 ପୁଣି ସେ ତହିଁ ନିମନ୍ତେ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ ।

ଯାତ୍ରା ପୁସ୍ତକ ଅଧ୍ୟାୟ 36

37 ଆଉ, ସେ ତମ୍ଵୁଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ ।

38 ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କଡ଼ା କଲେ; ପୁଣି ସେହିସବୁର ମୁଣ୍ତାଳି ଓ ଛୁଞ୍ଚିଆ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା ।