ଏଜ୍ରା ଅଧ୍ୟାୟ 6
9 ପୁଣି, ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ହୋମବଳି ନିମନ୍ତେ ଯିରୂଶାଲମସ୍ଥ ଯାଜକମାନଙ୍କ ବାକ୍ୟାନୁସାରେ ଯୁବା ବୃଷ ଓ ମେଷ ଓ ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହା ଯାହା ସେମାନଙ୍କର ପ୍ରୟୋଜନ, ତାହାସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ;
10 ତହିଁରେ ସେମାନେ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ପ୍ରାର୍ଥନା କରିବେ ।
11 ଆହୁରି ମୁଁ ଆଜ୍ଞା କରୁଅଛି କି, ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ ।
7