Oriya ବାଇବଲ |

ଆଦି ପୁସ୍ତକ total 50 ଅଧ୍ୟାୟଗୁଡ଼ିକ

ଆଦି ପୁସ୍ତକ

ଆଦି ପୁସ୍ତକ ଅଧ୍ୟାୟ 10
ଆଦି ପୁସ୍ତକ ଅଧ୍ୟାୟ 10

1 ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି । ଜଳପ୍ଳାବନ ଉତ୍ତାରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ ।

2 ଗୋମର ଓ ମାଗୋଗ୍ ଓ ମାଦୟ ଓ ଯବନ ଓ ତୂବଲ ଓ ମେଶକ୍ ଓ ତିରସ, ଏମାନେ ଯେଫତ୍ର ସନ୍ତାନ ।

3 ଅସ୍କିନସ୍ ଓ ରୀଫତ୍ ଓ ତୋଗର୍ମ, ଏମାନେ ଗୋମରର ସନ୍ତାନ ।

4 ପୁଣି ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ ।

ଆଦି ପୁସ୍ତକ ଅଧ୍ୟାୟ 10

5 ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ଵୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ଵ ସ୍ଵ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ ।

6 କୂଶ ଓ ମିସର ଓ ପୂଟ୍ ଓ କିଣାନ, ଏମାନେ ହାମର ସନ୍ତାନ ।

7 ସବା ଓ ହବୀଲା ଓ ସପ୍ତା ଓ ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ । ଶିବା ଓ ଦାଦାନ, ଏମାନେ ରୟମାର ସନ୍ତାନ ।

8 ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା ।

ଆଦି ପୁସ୍ତକ ଅଧ୍ୟାୟ 10

9 ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ନିମ୍ରୋଦ୍ ତୁଲ୍ୟ ।

10 ପୁଣି ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନୀ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା ।

11 ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍ ପୁରୀ ଓ କେଲହ,

12 ପୁଣି ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର ।

ଆଦି ପୁସ୍ତକ ଅଧ୍ୟାୟ 10

13 ପୁଣି ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୁହୀୟ

14 ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ ।

15 ପୁଣି କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍

16 ଓ ଯିବୁଷୀୟ ଓ ଇମୋରୀୟ ଓ ଗୀର୍ଗାଶୀୟ

17 ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ

18 ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଅନନ୍ତର କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ ।

ଆଦି ପୁସ୍ତକ ଅଧ୍ୟାୟ 10

19 ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା ।

20 ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ ।

21 ଯେଫତ୍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା ।

22 ଶେମର ଏହି ସବୁ ସନ୍ତାନ, ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ ଓ ଅରାମ୍ ।

ଆଦି ପୁସ୍ତକ ଅଧ୍ୟାୟ 10

23 ଏହି ଅରାମର ସନ୍ତାନ ଊଷ୍ ଓ ହୂଲ ଓ ଗେଥର ଓ ମଶ୍ ।

24 ପୁଣି ଅର୍ଫକ୍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର ।

25 ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍ ।

26 ପୁଣି ଯକ୍ତନ୍ର ପୁତ୍ର ଅଲମୋଦଦ ଓ ଶେଲପ୍ ଓ ହତ୍ସର୍ମାବତ୍ ଓ ଯେରହ

27 ଓ ହଦୋରାମ ଓ ଊଷଲ ଓ ଦିକ୍ଳ

ଆଦି ପୁସ୍ତକ ଅଧ୍ୟାୟ 10

28 ଓ ଓବଲ ଓ ଅବୀମାୟେଲ୍ ଓ ଶିବା

29 ଓ ଓଫୀର ଓ ହବୀଲା ଓ ଯୋବବ୍, ଏହି ସମସ୍ତ ଯକ୍ତନର ସନ୍ତାନ ।

30 ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା ।

31 ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ ।

32 ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ ।

ଆଦି ପୁସ୍ତକ ଅଧ୍ୟାୟ 10