ଆଦି ପୁସ୍ତକ ଅଧ୍ୟାୟ 13
8 ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ ।
9 ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଦକ୍ଷିଣକୁ ଯାଏ; ନୋହିଲେ ତୁମ୍ଭେ ଦକ୍ଷିଣକୁ ଯାଅ, ମୁଁ ବାମକୁ ଯାଏ ।
10 ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ଵାରା ବିନଷ୍ଟ ହୋଇ ନ ଥିଲା ।
6