Oriya ବାଇବଲ |

ଆଦି ପୁସ୍ତକ total 50 ଅଧ୍ୟାୟଗୁଡ଼ିକ

ଆଦି ପୁସ୍ତକ

ଆଦି ପୁସ୍ତକ ଅଧ୍ୟାୟ 49
ଆଦି ପୁସ୍ତକ ଅଧ୍ୟାୟ 49

1 ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି ।

2 ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ ।

3 ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ ।

ଆଦି ପୁସ୍ତକ ଅଧ୍ୟାୟ 49

4 ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା ।

5 ଶିମୀୟୋନ୍ ଓ ଲେବୀ ଦୁଇ ସହୋଦର; ସେମାନଙ୍କ ଖଡ଼୍‍ଗ ଦୌରାତ୍ମ୍ୟର ଅସ୍ତ୍ର ।

6 ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ଵେଚ୍ଛାଚାରିତାରେ ରାଜହତ୍ୟା କଲେ ।

ଆଦି ପୁସ୍ତକ ଅଧ୍ୟାୟ 49

7 ସେମାନଙ୍କ କ୍ରୋଧ, ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ତ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି ।

8 ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବୋ ।

9 ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?

ଆଦି ପୁସ୍ତକ ଅଧ୍ୟାୟ 49

10 ଶୀଲୋର (ଶାନ୍ତିକର୍ତ୍ତାଙ୍କର) ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ତ ଓ ତାହାର ଚରଣଦ୍ଵୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ଵୀକାର କରିବେ ।

11 ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରକ୍ତରେ ଆପଣା ପରିଧେୟ ବସ୍ତ୍ର ଧୋଇବ ।

12 ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ, ଦୁଗ୍ଧରେ ତାହାର ଦ; ଶ୍ଵେତବର୍ଣ୍ଣ ହେବ ।

ଆଦି ପୁସ୍ତକ ଅଧ୍ୟାୟ 49

13 ସବୂଲୂନ୍ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି ସୀଦୋନ୍ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ ।

14 ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ, ସେ ମେଷ ଖୁଆଡ଼ ମଧ୍ୟରେ ଶୟନ କରେନ୍ତ

15 ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠି କର୍ମ କରିବାକୁ ଦାସ ହେଲା ।

16 ଦାନ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ ।

ଆଦି ପୁସ୍ତକ ଅଧ୍ୟାୟ 49

17 ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍ ପଡ଼ିଯାଏ ।

18 ହେ ସଦାପ୍ରଭୋ, ମୁଁ ତୁମ୍ଭ ଦ୍ଵାରା ପରିତ୍ରାଣର ଅପେକ୍ଷାରେ ଅଛି ।

19 ସୈନ୍ୟଦଳ ଗାଦ୍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍ ସେମାନଙ୍କୁ ଆକ୍ରମଣ କରିବ ।

20 ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ; ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ ।

ଆଦି ପୁସ୍ତକ ଅଧ୍ୟାୟ 49

21 ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ଵରୂପ, ସେ ମନୋହର ବାକ୍ୟ କହିବ ।

22 ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ଵରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ ।

23 ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି,

24 ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),

ଆଦି ପୁସ୍ତକ ଅଧ୍ୟାୟ 49

25 ଅର୍ଥାତ୍, ପୈତୃକ ପରମେଶ୍ଵର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ,, ତାହାଙ୍କ ଦ୍ଵାରା ତାହାର ହସ୍ତର ବାହୁ ବଳବାନ ହେଲା ।

26 ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ ।

ଆଦି ପୁସ୍ତକ ଅଧ୍ୟାୟ 49

27 ବିନ୍ୟାମିନ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ ।

28 ଏମାନେ ଇସ୍ରାଏଲଙ୍କର ଦ୍ଵାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ଆଶୀର୍ବାଦ କଲେ ।

29 ଅନନ୍ତର ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ ।

30 ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହେତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହେତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ହେବ ।

ଆଦି ପୁସ୍ତକ ଅଧ୍ୟାୟ 49

31 ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ହୋଇଅଛି, ପୁଣି ସେହି ସ୍ଥାନରେ ଇସ୍‍ହାକଙ୍କର ଓ ତାଙ୍କର ଭାର୍ଯ୍ୟା ରିବିକାର କବର ହୋଇଅଛି, ପୁଣି ସେହି ସ୍ଥାନରେ ମୁଁ ମଧ୍ୟ ଲେୟାକୁ କବର ଦେଇଅଛି;

32 ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ହେତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି ।

33 ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ ।

ଆଦି ପୁସ୍ତକ ଅଧ୍ୟାୟ 49