ହଗୟ ଅଧ୍ୟାୟ 1
3 ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
4 ଏହି ଗୃହ ଉତ୍ସନ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକମଣ୍ତିତ ଗୃହରେ ବାସ କରିବାର କି ସମୟ ଏହି?
5 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର ।
6 ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ ।
5