ହୋଶେୟ ଅଧ୍ୟାୟ 1
8 ସେ ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା ।
9 ତହିଁରେ ସଦାପ୍ରଭୁ କହିଲେ, ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ନୋହିବା ।
10 ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି କୁହା ଯାଇଥିଲା, ସେସ୍ଥଳରେ ସେମାନଙ୍କୁ କୁହାଯିବ ଯେ, ତୁମ୍ଭେମାନେ ଜୀବିତ ପରମେଶ୍ଵରଙ୍କର ସନ୍ତାନଗଣ ଅଟ ।
7