Oriya ବାଇବଲ |
ଯିଶାଇୟ total 66 ଅଧ୍ୟାୟଗୁଡ଼ିକ
ଯିଶାଇୟ ଅଧ୍ୟାୟ 16
1 ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲାଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ ।
2 କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ ।
3 ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ ।
ଯିଶାଇୟ ଅଧ୍ୟାୟ 16
4 ଆମ୍ଭର ବହିଷ୍କୃତ ଲୋକମାନଙ୍କୁ ତୁମ୍ଭ ସଙ୍ଗରେ ବାସ କରିବାକୁ ଦିଅ; ବିନାଶକାରୀର ସମ୍ମୁଖରୁ ତୁମ୍ଭେ ମୋୟାବର ପାଇଁ ଆଶ୍ରୟସ୍ଥାନ ହୁଅ; କାରଣ ପୀଡ଼କ ମହାଜନ ଅକିଞ୍ଚିତ୍ ହୋଇଅଛି, ଅପକାର ନିବୃତ୍ତ ହେଉଅଛି, ଦୌରାତ୍ମ୍ୟ-କାରୀମାନେ ଦେଶରୁ ସଂହାରିତ ହେଉଅଛନ୍ତି ।
5 ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ଵୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ଵର ହେବେ ।
ଯିଶାଇୟ ଅଧ୍ୟାୟ 16
6 ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟ; ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁନ୍ତ ତାହାର ଦର୍ପ କିଛି ହିଁ ନୁହେଁ ।
7 ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟ; ଦୁଃଖିତ ହୋଇ କୀର-ହେରସତର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ ।
8 ଯେହେତୁ ହିଶ୍ବୋନ୍ର କ୍ଷେତ୍ରସବୁ ଓ ଶିବ୍ମାର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇ ଅଛନ୍ତି; ସେସବୁ ଯାସେର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେସବୁ ସମୁଦ୍ର ପାର ହୋଇ ଗଲେ ।
ଯିଶାଇୟ ଅଧ୍ୟାୟ 16
9 ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ଶିବ୍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଶ୍ବୋନ୍, ହେ ଇଲୀୟାଲି ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବାନ୍ତ କାରଣ ତୁମ୍ଭର ଗ୍ରୀଷ୍ମ କାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ଵନି ପଡ଼ିଅଛି ।
10 ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ଵନି ହେବ ନାହିଁ; କେହି ପଦ ଦ୍ଵାରା ଚାପି ଦ୍ରାକ୍ଷାକୁଣ୍ତରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦ ଧ୍ଵନି ନିବୃତ୍ତ କରିଅଛୁ ।
ଯିଶାଇୟ ଅଧ୍ୟାୟ 16
11 ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀରହେରସର ପାଇଁ ବୀଣା ପରି ବାଜୁଅଛି ।
12 ପୁଣି, ମୋୟାବ ଆପେ ଉପସ୍ଥିତ ହେବା ବେଳେ ଓ ଉଚ୍ଚସ୍ଥଳୀରେ ଆପଣାକୁ କ୍ଳା; କରି ପ୍ରାର୍ଥନା କରିବା ପାଇଁ ଧର୍ମଧାମରେ ପ୍ରବେଶ କରିବା ବେଳେ ସେ କୃତାର୍ଥ ହେବ ନାହିଁ ।
13 ଗତ କାଳରେ ସଦାପ୍ରଭୁ ମୋୟାବ ବିଷୟରେ ଏହି କଥା କହିଥିଲେ ।
14 ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ ।