ଯିଶାଇୟ ଅଧ୍ୟାୟ 36
4 ତହିଁରେ ରବ୍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ଵାସ କରୁଅଛ, ତାହା କିରୂପ ବିଶ୍ଵାସ?
5 ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?
6 ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର ।
5