Oriya ବାଇବଲ |
ଆୟୁବ ପୁସ୍ତକ total 42 ଅଧ୍ୟାୟଗୁଡ଼ିକ
ଆୟୁବ ପୁସ୍ତକ
ଆୟୁବ ପୁସ୍ତକ ଅଧ୍ୟାୟ 14
ଆୟୁବ ପୁସ୍ତକ ଅଧ୍ୟାୟ 14
1 ସ୍ତ୍ରୀଜାତ ମନୁଷ୍ୟ ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ ।
2 ସେ ପୁଷ୍ପ ତୁଲ୍ୟ ପ୍ରସ୍ଫୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ ।
3 ଆଉ, ତୁମ୍ଭେ ଏପରି ଜଣକ ଉପରେ କʼଣ ଆପଣା ଦୃଷ୍ଟି ରଖୁଅଛ ଓ ଆପଣା ନିକଟକୁ ବିଚାରାର୍ଥେ କʼଣ ମୋତେ ଆଣୁଅଛ?
4 ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେଣ? ଜଣେ ନାହିଁ ।
5 ତାହାର ଦିନସବୁ ନିର୍ଣ୍ଣୀତ, ତାହାର ମାସ-ସଂଖ୍ୟା ତୁମ୍ଭଠାରେ ଅଛି ଓ ତୁମ୍ଭେ ତାହାର ସୀମା ନିରୂପଣ କରିଅଛ, ଏଣୁ ସେ ତାହା ଲଙ୍ଘନ କରିପାରେ ନାହିଁ?
ଆୟୁବ ପୁସ୍ତକ ଅଧ୍ୟାୟ 14
6 ଏହେତୁ ସେ ଯେପରି ବେତନଜୀବୀ ତୁଲ୍ୟ ଆପଣା ଦିନ ଭୋଗ କରିବା ପର୍ଯ୍ୟନ୍ତ ବିଶ୍ରାମ ପାଇ ପାରିବ, ଏଥିପାଇଁ ତାହାଠାରୁ ଦୃଷ୍ଟି ଫେରାଅ।
7 କାରଣ ବୃକ୍ଷ ବିଷୟରେ ଆଶା ଥାଏ, ତାହା କଟାଗଲେ ପୁନର୍ବାର ପଲ୍ଲବିତ ହେବ ଓ ତହିଁର କୋମଳ ଶାଖାର ଅଭାବ ହେବ ନାହିଁ ।
8 ଯଦ୍ୟପି ତହିଁର ମୂଳ ମୃତ୍ତିକାରେ ପୁରୁଣା ହୋଇଯାଏ ଓ ତହିଁର ଗଣ୍ତି ଭୂମିରେ ମରିଯାଏ;
9 ତଥାପି ଜଳର ଗନ୍ଧ ପାଇଲେ, ତାହା ପଲ୍ଲବିତ ହେବ ଓ ରୋପିତ ବୃକ୍ଷ ତୁଲ୍ୟ ଶାଖାବିଶିଷ୍ଟ ହେବ ।
ଆୟୁବ ପୁସ୍ତକ ଅଧ୍ୟାୟ 14
10 ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ?
11 ଯେପରି ସମୁଦ୍ରରୁ ଜଳ ବାହାରି ଯାଏ ଓ ନଦୀ କ୍ଷୟପ୍ରାପ୍ତ ଓ ଶୁଷ୍କ ହୁଏ;
12 ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ; ଆକାଶମଣ୍ତଳ ଲୋପ ନ ପାଇବା ପର୍ଯ୍ୟନ୍ତ ସେମାନେ ଜାଗ୍ରତ ହେବେ ନାହିଁ, କିଅବା ନିଦ୍ରାରୁ ଉତ୍ଥାପିତ ହେବେ ନାହିଁ ।
13 ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋʼ ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କର;!
ଆୟୁବ ପୁସ୍ତକ ଅଧ୍ୟାୟ 14
14 ମନୁଷ୍ୟ ମଲେ କʼଣ ପୁନର୍ବାର ବଞ୍ଚିବ? ମୋହର ମୁକ୍ତି ଉପସ୍ଥିତ ନୋହିବା ପର୍ଯ୍ୟନ୍ତ ମୁଁ ଆପଣା ଯୁଦ୍ଧର ସମସ୍ତ ଦିନ ଅପେକ୍ଷା କରିବି ।
15 ତେବେ ତୁମ୍ଭେ ଡାକିବ ଓ ମୁଁ ତୁମ୍ଭକୁ ଉତ୍ତର ଦେବି; ତୁମ୍ଭେ ଆପଣା ହସ୍ତକୃତ କର୍ମ ପ୍ରତି କରୁଣା କରିବ ।
16 ମାତ୍ର ଏବେ ତୁମ୍ଭେ ମୋʼ ପାଦଗତି ଗଣନା କରୁଅଛ; ତୁମ୍ଭେ କʼଣ ମୋʼ ପାପ ପ୍ରତି ନିରୀକ୍ଷଣ କରୁନାହଁ?
17 ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି ଓ ତୁମ୍ଭେ ମୋʼ ଅଧର୍ମ ବାନ୍ଧି ରଖୁଅଛ ।
ଆୟୁବ ପୁସ୍ତକ ଅଧ୍ୟାୟ 14
18 ଆଉ, ପର୍ବତ ପଡ଼ିଲେ ନିଶ୍ଚୟ ଲୁପ୍ତ ହୁଏ ଓ ଶୈଳ ଆପଣା ସ୍ଥାନରୁ ଅନ୍ତରିତ ହୁଏ;
19 ଜଳ ପ୍ରସ୍ତରକୁ କ୍ଷୟ କରେ; ଜଳର ପ୍ଳାବନ ପୃଥିବୀର ଧୂଳି ଧୋଇନିଏ ଓ ତୁମ୍ଭେ ମନୁଷ୍ୟର ଆଶା ନାଶ କରୁଅଛ ।
20 ତୁମ୍ଭେ ସଦାକାଳ ତାହା ଉପରେ ଜୟଯୁକ୍ତ ହେଉଅଛ, ତେଣୁ ସେ ଚାଲିଯାଏ; ତୁମ୍ଭେ ତାହାର ମୁଖ ପରିବର୍ତ୍ତନ କରି ତାହାକୁ ଦୂର କରି ଦେଉଅଛ ।
21 ତାହାର ସନ୍ତାନଗଣ ସମ୍ଭ୍ରମପ୍ରାପ୍ତ ହେଲେ, ସେ ତାହା ଜାଣେ ନାହିଁ; ପୁଣି, ସେମାନେ ଅବନତ ହେଲେ, ସେ ସେମାନଙ୍କ ବିଷୟ ବୋଧ ପାଏ ନାହିଁ ।
ଆୟୁବ ପୁସ୍ତକ ଅଧ୍ୟାୟ 14
22 ମାତ୍ର ତାହାର ନିଜ ମାଂସ ବ୍ୟଥା ଭୋଗ କରେ ଓ ତାହାର ପ୍ରାଣ ଅନ୍ତରେ ବ୍ୟାକୁଳ ହୁଏ ।