Oriya ବାଇବଲ |

ଆୟୁବ ପୁସ୍ତକ total 42 ଅଧ୍ୟାୟଗୁଡ଼ିକ

ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 18
ଆୟୁବ ପୁସ୍ତକ ଅଧ୍ୟାୟ 18

1 ଏଥି ଉତ୍ତାରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା, ତୁମ୍ଭେମାନେ କେତେ କାଳ କଥା ଧରିବା ପାଇଁ ଜାଲ ପାତିବ?

2 ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା ।

3 ଆମ୍ଭେମାନେ କାହିଁକି ପଶୁ ପରି ଗଣା ଯାଉଅଛୁ ଓ ତୁମ୍ଭମାନଙ୍କ ଦୃଷ୍ଟିରେ ଅଶୁଚି ହୋଇଅଛୁ?

4 କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କʼଣ ପୃଥିବୀ ପରିତ୍ୟକ୍ତ ହେବ? ଅବା ଶୈଳ କʼଣ ସ୍ଵସ୍ଥାନରୁ ଦୂରୀକୃତ ହେବ?

ଆୟୁବ ପୁସ୍ତକ ଅଧ୍ୟାୟ 18

5 ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ ।

6 ତାହାର ତମ୍ଵୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ ।

7 ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ ।

8 ସେ ଆପଣା ଚରଣ ଦ୍ଵାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ ।

9 ଫାଶ ତାହାର ଗୋଇଠିକି ଧରିବ ଓ ଜାଲ ତାହାକୁ ଧରିବ ।

ଆୟୁବ ପୁସ୍ତକ ଅଧ୍ୟାୟ 18

10 ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି ।

11 ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ ।

12 ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ ।

13 ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ ।

14 ସେ ଆପଣା ବିଶ୍ଵାସ-ସ୍ଥଳରୂପ ତମ୍ଵୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ ।

ଆୟୁବ ପୁସ୍ତକ ଅଧ୍ୟାୟ 18

15 ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ଵୁରେ ବାସ କରିବ, ତାହାର ନିବାସ-ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ ।

16 ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ ।

17 ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ ।

18 ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ ।

19 ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ-ସ୍ଥାନରେ କେହି ରହିବେ ନାହିଁ ।

ଆୟୁବ ପୁସ୍ତକ ଅଧ୍ୟାୟ 18

20 ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚାଦ୍ବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ ।

21 ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ଵରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି ।