Oriya ବାଇବଲ |
ଆୟୁବ ପୁସ୍ତକ total 42 ଅଧ୍ୟାୟଗୁଡ଼ିକ
ଆୟୁବ ପୁସ୍ତକ
ଆୟୁବ ପୁସ୍ତକ ଅଧ୍ୟାୟ 19
ଆୟୁବ ପୁସ୍ତକ ଅଧ୍ୟାୟ 19
1 ଏଥିରେ ଆୟୁବ ଉତ୍ତର କରି କହିଲା,
2 ତୁମ୍ଭେମାନେ କେତେ କାଳ ମୋʼ ପ୍ରାଣକୁ ବିରକ୍ତ କରିବ ଓ କଥାରେ ମୋତେ ଖଣ୍ତ ଖଣ୍ତ କରି ଭାଙ୍ଗିବ?
3 ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋʼ ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ ।
4 ହେଉ, ମୁଁ ଭ୍ରମ କରିଅଛି, ମୋହର ଭ୍ରମ ମୋʼ ସଙ୍ଗେ ଥାଏ ।
5 ଯେବେ ତୁମ୍ଭେମାନେ ନିତା; ମୋʼ ଉପରେ ଆପଣାମାନଙ୍କୁ ବଡ଼ କରିବ ଓ ମୋʼ ବିରୁଦ୍ଧରେ ମୋʼ ଗ୍ଳାନିର ପ୍ରତିବାଦ କରିବ;
ଆୟୁବ ପୁସ୍ତକ ଅଧ୍ୟାୟ 19
6 ତେବେ ଜାଣ ଯେ, ପରମେଶ୍ଵର ମୋʼ ବିଷୟରେ ବିପରୀତ କରିଅଛନ୍ତି ଓ ଆପଣା ଜାଲରେ ମୋତେ ଚାରିଆଡ଼େ ଘେରିଅଛନ୍ତି ।
7 ଦେଖ, ମୁଁ ଅନ୍ୟାୟପ୍ରଯୁକ୍ତ କ୍ରନ୍ଦନ କରେ, ମାତ୍ର ତାହା ଶୁଣାଯାଉ ନାହିଁ; ମୁଁ ସାହାଯ୍ୟ ନିମନ୍ତେ ଆର୍ତ୍ତନାଦ କରେ, ମାତ୍ର କିଛି ବିଚାର ହୁଏ ନାହିଁ ।
8 ସେ ମୋʼ ପଥ ରୁଦ୍ଧ କରିଅଛନ୍ତି, ତହୁଁ ମୁଁ ଯାଇ ନ ପାରେ ଓ ମୋହର ପଥ ଅନ୍ଧକାରମୟ କରିଅଛନ୍ତି ।
9 ସେ ମୋʼ ଗୌରବ-ବସ୍ତ୍ର କାଢ଼ି ପକାଇଅଛନ୍ତି ଓ ମୋʼ ମସ୍ତକରୁ ମୁକୁଟ ନେଇଅଛନ୍ତି ।
ଆୟୁବ ପୁସ୍ତକ ଅଧ୍ୟାୟ 19
10 ସେ ଚାରିଆଡ଼େ ମୋତେ ଭାଙ୍ଗି ପକାଇଅଛନ୍ତି, ମୁଁ ସରିଗଲିଣି ଓ ସେ ମୋହର ଭରସା ବୃକ୍ଷ ପରି ଉତ୍ପାଟନ କରିଅଛନ୍ତି ।
11 ମଧ୍ୟ ସେ ମୋʼ ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ଵଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି ।
12 ତାହାଙ୍କର ସୈନ୍ୟଗଣ ଏକତ୍ର ଆସନ୍ତି ଓ ମୋʼ ବିରୁଦ୍ଧରେ ଆପଣାମାନଙ୍କ ପଥ ପ୍ରସ୍ତୁତ କରନ୍ତି ଓ ମୋʼ ତମ୍ଵୁ ଚାରିଆଡ଼େ ଛାଉଣି କରନ୍ତି ।
13 ସେ ମୋହର ଜ୍ଞାତିମାନଙ୍କୁ ମୋʼଠାରୁ ଦୂର କରିଅଛନ୍ତି ଓ ମୋହର ପରିଚିତ ଲୋକମାନେ ସମ୍ପୂର୍ଣ୍ଣ ରୂପେ ଅପରିଚିତ ହୋଇଅଛନ୍ତି ।
ଆୟୁବ ପୁସ୍ତକ ଅଧ୍ୟାୟ 19
14 ମୋʼ କୁଟୁମ୍ଵବର୍ଗ ମୋତେ ତ୍ୟାଗ କରିଅଛନ୍ତି ଓ ଆତ୍ମୀୟ ମିତ୍ରଗଣ ମୋତେ ପାସୋରିଅଛନ୍ତି ।
15 ମୋʼ ଗୃହନିବାସୀମାନେ ଓ ମୋʼ ଦାସୀମାନେ ମୋତେ ଅଜଣା ଲୋକ କରି ଗଣନ୍ତି; ମୁଁ ସେମାନଙ୍କ ଦୃଷ୍ଟିରେ ବିଦେଶୀ ହୋଇଅଛି ।
16 ମୁଁ ଆପଣା ଦାସକୁ ଡାକିଲେ ଓ ନିଜ ମୁଖରେ ବିନତି କଲେ ହେଁ ସେ ମୋତେ ଉତ୍ତର ଦିଏ ନାହିଁ ।
17 ମୋʼ ନିଶ୍ଵାସ ମୋʼ ଭାର୍ଯ୍ୟା ପ୍ରତି ଓ ମୋʼ ନିବେଦନ ମୋʼ ସହୋଦର ପ୍ରତି ଘୃଣିତ ।
ଆୟୁବ ପୁସ୍ତକ ଅଧ୍ୟାୟ 19
18 ବାଳକମାନେ ମଧ୍ୟ ମୋତେ ଅବଜ୍ଞା କରନ୍ତି; ମୁଁ ଉଠିଲେ, ସେମାନେ ମୋʼ ବିରୁଦ୍ଧରେ କଥା କହନ୍ତି ।
19 ମୋହର ସୁହୃଦମାନେ ମୋତେ ଘୃଣା କରନ୍ତି ଓ ଯେଉଁମାନଙ୍କୁ ମୁଁ ସ୍ନେହ କଲି, ସେମାନେ ମୋହର ବିରୁଦ୍ଧ ହୋଇଅଛନ୍ତି ।
20 ମୋʼ ମାଂସ ଓ ଚର୍ମରେ ମୋହର ଅସ୍ଥି ଲାଗି ଯାଇଅଛି ଓ ମୁଁ ଚର୍ମାବଶିଷ୍ଟଦ; ହୋଇ ବଞ୍ଚିଅଛି ।
21 ହେ ମୋହର ମିତ୍ରମାନେ, ମୋʼ ପ୍ରତି ଦୟା କର, ମୋʼ ପ୍ରତି ଦୟା କର; କାରଣ ପରମେଶ୍ଵରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି ।
ଆୟୁବ ପୁସ୍ତକ ଅଧ୍ୟାୟ 19
22 ପରମେଶ୍ଵରଙ୍କ ପରି ତୁମ୍ଭେମାନେ କାହିଁକି ମୋତେ ତାଡ଼ନା କରୁଅଛ ଓ ମୋʼ ମାଂସରେ ତୃପ୍ତ ହେଉ ନାହଁ?
23 ଆହା, ଏବେ ମୋʼ କଥାସବୁ ଯେବେ ଲେଖା ଯାʼନ୍ତାଣ! ଆହା, ତାହାସବୁ ଯେବେ ପୁସ୍ତକରେ ଲିଖିତ ହୁଅନ୍ତାଣ!
24 ଯେବେ ଲୌହ ଲେଖନୀ ଓ ସୀସା ଦ୍ଵାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତାଣ!
25 ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
ଆୟୁବ ପୁସ୍ତକ ଅଧ୍ୟାୟ 19
26 ପୁଣି, ମୋହର ଚର୍ମ ଏହି ରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ଵରଙ୍କୁ ଦେଖିବି;
27 ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ । ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି ।
28 ମୋʼଠାରେ ମୂଳକଥା ଦେଖାଯିବାରୁ ଯେବେ ତୁମ୍ଭେମାନେ କୁହ, ଆମ୍ଭେମାନେ କିରୂପେ ତାହାକୁ ତାଡ଼ନା କରିବା?
29 ତେବେ ତୁମ୍ଭେମାନେ ଖଡ଼୍ଗ ବିଷୟରେ ଭୀତ ହୁଅ; କାରଣ କୋପ ଖଡ଼୍ଗରୂପ ଶାସ୍ତି ଆଣିବ; ତହିଁରେ ବିଚାର ଯେ ଅଛି, ତାହା ତୁମ୍ଭେମାନେ ଜାଣି ପାରିବ ।