Oriya ବାଇବଲ |

ଆୟୁବ ପୁସ୍ତକ total 42 ଅଧ୍ୟାୟଗୁଡ଼ିକ

ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 20
ଆୟୁବ ପୁସ୍ତକ ଅଧ୍ୟାୟ 20

1 ଅନନ୍ତର ନାମାଥୀୟ ସୋଫର ଉତ୍ତର କରି କହିଲା,

2 ଏଥିପାଇଁ ମୋର ଅନ୍ତରସ୍ଥ ଚଞ୍ଚଳତା ସକାଶୁ ମୋହର ଚିନ୍ତା ମୋତେ ଉତ୍ତର ଦିଏ ।

3 ମୁଁ ଯେଉଁ ଅନୁଯୋଗ ଶୁଣିଲି, ତାହା ମୋତେ ଲଜ୍ଜିତ କରେ ଏବଂ ମୋହର ବୁଦ୍ଧିବିଶିଷ୍ଟ ଆତ୍ମା ମୋତେ ଉତ୍ତର ଦିଏ ।

4 ତୁମ୍ଭେ କʼଣ ଏହା ଜାଣ ନାହିଁ ଯେ, ପୁରାତନ କାଳରୁ, ପୃଥିବୀରେ ମନୁଷ୍ୟର ସ୍ଥାପନଠାରୁ

5 ଦୁଷ୍ଟର ଜୟଧ୍ଵନି ଅଳ୍ପ କାଳ ଓ ଅଧାର୍ମିକର ଆନନ୍ଦ କ୍ଷଣମାତ୍ର ସ୍ଥାୟୀ?

ଆୟୁବ ପୁସ୍ତକ ଅଧ୍ୟାୟ 20

6 ଯଦ୍ୟପି ତାହାର ମହତ୍ତ୍ଵ ଆକାଶ ପର୍ଯ୍ୟନ୍ତ ଉଠେ ଓ ତାହାର ମସ୍ତକ ମେଘ ସ୍ପର୍ଶ କରେ;

7 ତଥାପି ସେ ଆପଣା ମଳ ତୁଲ୍ୟ ଅନ; କାଳ ନଷ୍ଟ ହେବ; ଯେଉଁମାନେ ତାହାକୁ ଦେଖିଥିଲେ, ସେମାନେ କହିବେ, ସେ କାହିଁ?

8 ସେ ସ୍ଵପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ; ହଁ, ସେ ରାତ୍ରିକାଳୀନ ଦର୍ଶନ ତୁଲ୍ୟ ଦୂରୀକୃତ ହେବ ।

9 ଯେଉଁ ଚକ୍ଷୁ ତାହାକୁ ଦେଖିଲା, ଆଉ ତାହାକୁ ଦେଖିବ ନାହିଁ; କିଅବା ତାହାର ବାସସ୍ଥାନ ତାହାକୁ ଆଉ ଦେଖିବ ନାହିଁ ।

ଆୟୁବ ପୁସ୍ତକ ଅଧ୍ୟାୟ 20

10 ତାହାର ସନ୍ତାନଗଣ ଦରିଦ୍ରମାନଙ୍କର ଅନୁଗ୍ରହ ଚେଷ୍ଟା କରିବେ ଓ ତାହାର ହସ୍ତ ତାହାର ସମ୍ପତ୍ତି ଫେରାଇ ଦେବ ।

11 ତାହାର ଅସ୍ଥି ତାହାର ଯୌବନରେ ପରିପୂର୍ଣ୍ଣ, ମାତ୍ର ତାହା ତାହା ସଙ୍ଗେ ଧୂଳିରେ ଶୟନ କରିବ ।

12 ଯଦ୍ୟପି ଦୁଷ୍ଟତା ତାହାର ମୁଖକୁ ସୁମିଷ୍ଟ ଲାଗେ, ଯଦ୍ୟପି ସେ ଆପଣା ଜିହ୍ଵା ତଳେ ତାହା ଲୁଚାଇ ରଖେ;

13 ଯଦ୍ୟପି ସେ ତାହା ଯାକି ରଖି ନ ଛାଡ଼େ, ମାତ୍ର ଆପଣା ମୁଖ ମଧ୍ୟରେ ରଖିଥାଏ;

ଆୟୁବ ପୁସ୍ତକ ଅଧ୍ୟାୟ 20

14 ତଥାପି ତାହାର ଆହାର ଉଦରରେ ବିକୃତ ହୁଏ, ତାହା ତାହାର ଅନ୍ତରରେ କାଳସର୍ପର ଗରଳ ସ୍ଵରୂପ ।

15 ସେ ଧନ ଗ୍ରାସ କରିଅଛି ଓ ସେ ପୁନର୍ବାର ତାହା ଉଦ୍ଗାର କରିବ; ପରମେଶ୍ଵର ତାହାର ଉଦରରୁ ତାହାସବୁ ଦୂର କରିବେ ।

16 ସେ କାଳସର୍ପର ବିଷ ଚୁଷିବ; ବିଷଧରର ଜିହ୍ଵା ତାହାକୁ ବଧ କରିବ ।

17 ସେ ନଦୀମାନ, ଅର୍ଥାତ୍, ମଧୁ ଓ ନବନୀତ-ପ୍ରବାହୀ ସ୍ରୋତମାନ ଦେଖିବ ନାହିଁ ।

ଆୟୁବ ପୁସ୍ତକ ଅଧ୍ୟାୟ 20

18 ସେ ଯହିଁ ପାଇଁ ପରିଶ୍ରମ କଲା, ତାହା ଫେରାଇ ଦେବ ଓ ଗ୍ରାସ କରିବ ନାହିଁ; ସେ ଆପଣା ପ୍ରାପ୍ତ ସମ୍ପତ୍ତି ଅନୁସାରେ ଆନନ୍ଦ କରିବ ନାହିଁ ।

19 କାରଣ ସେ ଦରିଦ୍ରକୁ ଉପଦ୍ରବ ଓ ତ୍ୟାଗ କରିଅଛି; ସେ ଦୌରାତ୍ମ୍ୟପୂର୍ବକ ଗୃହ ଅପହରଣ କରିଅଛି; ଆଉ ତାହା ନିର୍ମାଣ କରିବ ନାହିଁ ।

20 ସେ ଆପଣା ଅନ୍ତରରେ କିଛି ଶାନ୍ତି ପାଇଲା ନାହିଁ, ଏଣୁ ସେ ଆପଣା ଇଷ୍ଟ ବସ୍ତୁରୁ କିଛି ହିଁ ରକ୍ଷା କରି ପାରିବ ନାହିଁ ।

ଆୟୁବ ପୁସ୍ତକ ଅଧ୍ୟାୟ 20

21 ଯାହା ସେ ଗ୍ରାସ କଲା ନାହିଁ, ଏପରି କିଛି ନ ଥିଲା; ଏହେତୁ ତାହାର ସୁଦଶା ସ୍ଥାୟୀ ରହିବ ନାହିଁ ।

22 ସେ ଆପଣା ପ୍ରଚୁରତାର ପୂର୍ଣ୍ଣତାରେ କଷ୍ଟ ଭୋଗ କରିବ; ଦୁର୍ଦ୍ଦଶାଗ୍ରସ୍ତ ପ୍ରତ୍ୟେକର ହସ୍ତ ତାହାକୁ ଆକ୍ରମଣ କରିବ ।

23 ସେ ଆପଣା ଉଦର ପୂର୍ଣ୍ଣ କରିବାକୁ ଉଦ୍ୟତ ହେବା ସମୟରେ ପରମେଶ୍ଵର ତାହା ଉପରେ ଆପଣା କୋପର ପ୍ରଚଣ୍ତତା ନିକ୍ଷେପ କରିବେ ଓ ସେ ଭୋଜନ କରୁଥିବା ସମୟରେ ତାହା ଉପରେ ତାହା ବୃଷ୍ଟି କରିବେ ।

ଆୟୁବ ପୁସ୍ତକ ଅଧ୍ୟାୟ 20

24 ସେ ଲୌହଅସ୍ତ୍ର ନିକଟରୁ ପଳାଇବ, ଆଉ ପିତ୍ତଳଧନୁର ତୀର ତାହାକୁ ବିଦ୍ଧ କରିବ ।

25 ସେ ତାହା ଟାଣେ ଓ ତାହା ତାହାର ଶରୀରରୁ ବାହାରି ଆସେ; ହଁ, ତାହାର ପିତ୍ତସ୍ଥଳୀରୁ ତେଜସ୍କର ତୀରାଗ୍ର ନିର୍ଗତ ହୁଏ; ସେ ନାନା ଭୟରେ ଆକ୍ରାନ୍ତ ।

26 ସମୁଦାୟ ଅନ୍ଧକାର ତାହାର ଧନ ରୂପେ ସଞ୍ଚିତ ହୁଏ; ମନୁଷ୍ୟର ଅଫୁଙ୍କା ଅଗ୍ନି ତାହାକୁ ଗ୍ରାସ କରିବ; ତାହା ତାହାର ତମ୍ଵୁରେ ଅବଶିଷ୍ଟସକଳ ଭସ୍ମ କରିବ ।

27 ଆକାଶମଣ୍ତଳ ତାହାର ଅଧର୍ମ ପ୍ରକାଶ କରିବ ଓ ପୃଥିବୀ ତାହାର ବିପକ୍ଷରେ ଉଠିବ ।

ଆୟୁବ ପୁସ୍ତକ ଅଧ୍ୟାୟ 20

28 ତାହାର ଗୃହର ସମ୍ପତ୍ତି ଉଡ଼ିଯିବ, କ୍ରୋଧ-ଦିନରେ ତାହାର ସର୍ବସ୍ଵ ବହିଯିବ ।

29 ପରମେଶ୍ଵରଙ୍କଠାରୁ ଦୁଷ୍ଟଲୋକର ଏହି ବାଣ୍ଟ ଓ ତାହା ପାଇଁ ଏହା ହିଁ ପରମେଶ୍ଵରଙ୍କ ନିରୂପିତ ଅଧିକାର ।