Oriya ବାଇବଲ |

ଆୟୁବ ପୁସ୍ତକ total 42 ଅଧ୍ୟାୟଗୁଡ଼ିକ

ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 33
ଆୟୁବ ପୁସ୍ତକ ଅଧ୍ୟାୟ 33

1 ଯାହା ହେଉ, ବିନୟ କରୁଅଛି, ହେ ଆୟୁବ, ମୋʼ କଥା ଶୁଣ ଓ ମୋହର ସମସ୍ତ ବାକ୍ୟରେ କର୍ଣ୍ଣପାତ କର ।

2 ଏବେ ଦେଖ, ମୁଁ ଆପଣା ମୁଖ ଫିଟାଉଅଛି, ମୋʼ ଜିହ୍ଵା ମୋʼ ମୁଖ ଭିତରେ କଥା କହିଅଛି ।

3 ମୋʼ ବାକ୍ୟ ମୋʼ ଅନ୍ତଃକରଣର ସରଳତା ପ୍ରକାଶ କରିବ ଓ ମୋହର ଓଷ୍ଠାଧର ଯାହା ଜାଣେ, ତାହା ସରଳ ଭାବରେ କହିବ ।

4 ପରମେଶ୍ଵରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତି ଓ ସର୍ବଶକ୍ତିମାନଙ୍କ ନିଶ୍ଵାସ ମୋତେ ଜୀବନ ଦିଅନ୍ତି ।

ଆୟୁବ ପୁସ୍ତକ ଅଧ୍ୟାୟ 33

5 ତୁମ୍ଭେ ପାରିଲେ, ମୋତେ ଉତ୍ତର ଦିଅ, ମୋʼ ସମ୍ମୁଖରେ ଆପଣା ବାକ୍ୟ ସଜାଇ ଠିଆ ହୁଅ ।

6 ଦେଖ, ପରମେଶ୍ଵରଙ୍କ ପ୍ରତି ତୁମ୍ଭେ ଯେପରି, ମୁଁ ସେପରି ଅଟେ, ମୁଁ ମଧ୍ୟ ମୃତ୍ତିକାରୁ ନିର୍ମିତ ହୋଇଅଛି ।

7 ଦେଖ, ମୋହର ଭୟାନକତା ତୁମ୍ଭକୁ ଭୀତ କରିବ ନାହିଁ, କିଅବା ମୋହର ଭାର ତୁମ୍ଭ ଉପରେ ଭାରୀ ହେବ ନାହିଁ ।

8 ନିଶ୍ଚୟ ତୁମ୍ଭେ ମୋହର କର୍ଣ୍ଣଗୋଚରରେ କହିଅଛ ଓ ମୁଁ ତୁମ୍ଭ ବାକ୍ୟର ରବ ଶୁଣିଅଛି, ଯଥା,

ଆୟୁବ ପୁସ୍ତକ ଅଧ୍ୟାୟ 33

9 ମୁଁ ଶୁଚି, ଅପରାଧରହିତ; ମୁଁ ନିର୍ଦ୍ଦୋଷ, ମଧ୍ୟ ମୋʼଠାରେ ଅଧର୍ମ ନାହିଁ;

10 ଦେଖ, ସେ ମୋʼ ଛିଦ୍ର ଅନ୍ଵେଷଣ କରନ୍ତି, ସେ ମୋତେ ଆପଣା ଶତ୍ରୁ ବୋଲି ଗଣନ୍ତି;

11 ସେ ଯନ୍ତାରେ ମୋହର ପାଦ ରଖନ୍ତି, ସେ ମୋହର ସମସ୍ତ ପଥ ନିରୀକ୍ଷଣ କରନ୍ତି ।

12 ଦେଖ, ମୁଁ ତୁମ୍ଭକୁ ଉତ୍ତର ଦେବି, ଏ ବିଷୟରେ ତୁମ୍ଭେ ଯଥାର୍ଥ ନୁହଁ; କାରଣ ପରମେଶ୍ଵର ମନୁଷ୍ୟ ଅପେକ୍ଷା ମହାନ ଅଟନ୍ତି ।

ଆୟୁବ ପୁସ୍ତକ ଅଧ୍ୟାୟ 33

13 ତୁମ୍ଭେ କାହିଁକି ତାହାଙ୍କ ସଙ୍ଗେ ବିବାଦ କରୁଅଛଣ? ଯେଣୁ ସେ ଆପଣାର କୌଣସି ବିଷୟର କାରଣ ଜଣାନ୍ତି ନାହିଁ ।

14 ପରମେଶ୍ଵର ଥରେ କହନ୍ତି, ଦୁଇ ଥର ହିଁ କହନ୍ତି, ତଥାପି ମନୁଷ୍ୟ ତହିଁରେ ମନ ଦିଏ ନାହିଁ

15 ସ୍ଵପ୍ନରେ, ରାତ୍ରିକାଳୀନ ଦର୍ଶନରେ; ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ, ଶଯ୍ୟାରେ ଘୁମାଇବା ବେଳେ,

16 ସେ ମନୁଷ୍ୟମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି ଓ ସେମାନଙ୍କର ଶିକ୍ଷା ମୋହରାଙ୍କିତ କରନ୍ତି,

ଆୟୁବ ପୁସ୍ତକ ଅଧ୍ୟାୟ 33

17 ତଦ୍ଦ୍ଵାରା ସେ ମନୁଷ୍ୟକୁ ତାହାର ସଙ୍କଳ୍ପରୁ ନିବୃତ୍ତ କରନ୍ତି ଓ ମନୁଷ୍ୟଠାରୁ ଅହଙ୍କାର ଗୁପ୍ତ କରନ୍ତି ।

18 ସେ ତାହାର ପ୍ରାଣକୁ ଗର୍ତ୍ତରୁ ଓ ତାହାର ଜୀବନକୁ ଖଡ଼୍‍ଗାଘାତରୁ ଅଟକାଇ ରଖନ୍ତି ।

19 ମଧ୍ୟ ସେ ଆପଣା ଶଯ୍ୟାରେ ବ୍ୟଥା ଦ୍ଵାରା ଓ ଆପଣା ଅସ୍ଥି ମଧ୍ୟରେ ନିରନ୍ତର ଯୁଦ୍ଧ ଦ୍ଵାରା ଶାସ୍ତି ପାଏ;

20 ତେଣୁ ତାହାର ଜୀବନ ଆହାରକୁ ଓ ତାହାର ପ୍ରାଣ ସୁସ୍ଵାଦୁ ଭକ୍ଷ୍ୟକୁ ଘୃଣା କରେ ।

ଆୟୁବ ପୁସ୍ତକ ଅଧ୍ୟାୟ 33

21 ତାହାର ମାଂସ କ୍ଷୟ ପାଇ ଅଦୃଶ୍ୟ ହୁଏ ଓ ତାହାର ଅଦୃଶ୍ୟ ଥିବା ଅସ୍ଥିସବୁ ଦେଖାଯାଏ ।

22 ଆହୁରି, ତାହାର ପ୍ରାଣ ଗର୍ତ୍ତର ଓ ତାହାର ଜୀବନ ସଂହାରକର ସନ୍ନିକଟ ହୁଏ ।

23 ଯେବେ ମନୁଷ୍ୟକୁ ତାହାର କର୍ତ୍ତବ୍ୟତା ଦେଖାଇବା ପାଇଁ ତାହା ସଙ୍ଗେ ଜଣେ ଦୂତ, ସହସ୍ର ମଧ୍ୟରୁ ଜଣେ ଅର୍ଥକାରକ ଥାଏ;

24 ତେବେ ସେ ତାହାକୁ କୃପା କରି କହିବେ, ଗର୍ତ୍ତ-ଗମନରୁ ତାହାକୁ ଉଦ୍ଧାର କର, ମୁଁ ପ୍ରାୟଶ୍ଚିତ୍ତ ପାଇଅଛି ।

ଆୟୁବ ପୁସ୍ତକ ଅଧ୍ୟାୟ 33

25 ତାହାର ମାଂସ ବାଳକର ମାଂସ ଅପେକ୍ଷା ସତେଜ ହେବ; ସେ ଆପଣା ଯୌବନଦିନ ପୁନର୍ବାର ପାଇବ;

26 ସେ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରେ ଓ ସେ ତାହା ପ୍ରତି ପ୍ରସନ୍ନ ହୁଅନ୍ତି; ତେଣୁ ସେ ଆନନ୍ଦରେ ତାହାଙ୍କ ମୁଖ ଦର୍ଶନ କରେ; ଆଉ, ସେ ମନୁଷ୍ୟକୁ ତାହାର ଧାର୍ମିକତା ପୁନର୍ବାର ଦିଅନ୍ତି ।

27 ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।

ଆୟୁବ ପୁସ୍ତକ ଅଧ୍ୟାୟ 33

28 ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ ।

29 ଦେଖ, ମନୁଷ୍ୟ ଯେପରି ଜୀବିତ ଲୋକଙ୍କ ଦୀପ୍ତିରେ ଦୀପ୍ତିମାନ ହେବ, ଏଥିପାଇଁ ଗର୍ତ୍ତରୁ ତାହାର ପ୍ରାଣ ଫେରାଇ ଆଣିବାକୁ,

30 ପରମେଶ୍ଵର ତାହା ସହିତ ଦୁଇ ଥର, ମଧ୍ୟ ତିନି ଥର ଏହିସବୁ ବ୍ୟବହାର କରନ୍ତି ।

31 ହେ ଆୟୁବ, ମନୋଯୋଗ କରି ମୋʼ କଥା ଶୁଣ; ତୁମ୍ଭେ ନୀରବ ହୁଅ, ମୁଁ କଥା କହିବି ।

ଆୟୁବ ପୁସ୍ତକ ଅଧ୍ୟାୟ 33

32 ତୁମ୍ଭର କହିବାର କୌଣସି ବିଷୟ ଥିଲେ, ମୋତେ ଉତ୍ତର ଦିଅ; କୁହ, କାରଣ ତୁମ୍ଭକୁ ନିର୍ଦ୍ଦୋଷ କରିବାକୁ ମୋର ଇଚ୍ଛା ।

33 ନୋହିଲେ ମୋʼ କଥା ଶୁଣ; ନୀରବ ହୁଅ, ଆଉ ମୁଁ ତୁମ୍ଭକୁ ଜ୍ଞାନ ଶିଖାଇବି ।