Oriya ବାଇବଲ |

ଆୟୁବ ପୁସ୍ତକ total 42 ଅଧ୍ୟାୟଗୁଡ଼ିକ

ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 37
ଆୟୁବ ପୁସ୍ତକ ଅଧ୍ୟାୟ 37

1 ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛି ଓ ସ୍ଵସ୍ଥାନରୁ ଅନ୍ତରିତ ହେଉଅଛି ।

2 ତୁମ୍ଭେମାନେ ତାହାଙ୍କ ରବର ଶଦ୍ଦ ଓ ତାହାଙ୍କ ମୁଖ-ନିର୍ଗତ ସ୍ଵର ଶୁଣ ।

3 ସେ ତାହା ସମୁଦାୟ ଆକାଶର ଅଧଃସ୍ଥାନକୁ ଓ ଆପଣା ବିଦ୍ୟୁତକୁ ପୃଥିବୀର ପ୍ରା; ପର୍ଯ୍ୟନ୍ତ ପ୍ରେରଣ କରନ୍ତି ।

4 ତହିଁ ପଛେ ଏକ ରବ ଗର୍ଜ୍ଜନ କରଇ, ସେ ଆପଣା ମହତ୍ତ୍ଵର ରବରେ ବଜ୍ରନାଦ କରନ୍ତି ଓ ତାହାଙ୍କ ରବ ଶୁଣାଗଲା ବେଳେ ସେ ତାହାସବୁ ନିବୃତ୍ତ କରନ୍ତି ନାହିଁ ।

ଆୟୁବ ପୁସ୍ତକ ଅଧ୍ୟାୟ 37

5 ପରମେଶ୍ଵର ଆପଣା ରବରେ ଆଶ୍ଚର୍ଯ୍ୟ ରୂପେ ଗର୍ଜ୍ଜନ କରନ୍ତି; ସେ ଆମ୍ଭମାନଙ୍କ ବୋଧର ଅଗମ୍ୟ ମହତ କାର୍ଯ୍ୟ କରନ୍ତି ।

6 କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼; ସେ ସାମାନ୍ୟ ବୃଷ୍ଟିକି ଓ ଆପଣାର ପ୍ରବଳ ବୃଷ୍ଟିକି ସେହିପରି କହନ୍ତି ।

7 ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ, ଏଥିପାଇଁ ସେ ପ୍ରତ୍ୟେକ ମନୁଷ୍ୟର ହସ୍ତ ମୋହରାଙ୍କିତ କରନ୍ତି ।

8 ସେତେବେଳେ ପଶୁମାନେ ଆଶ୍ରୟସ୍ଥାନକୁ ଯାʼନ୍ତି ଓ ଆପଣା ଆପଣା ଗହ୍ଵରରେ ରହନ୍ତି ।

ଆୟୁବ ପୁସ୍ତକ ଅଧ୍ୟାୟ 37

9 ଦକ୍ଷିଣସ୍ଥ ମଣ୍ତଳରୁ ବତାସ ଆସେ ଓ ଉତ୍ତରରୁ ଶୀତ ଆସେ ।

10 ପରମେଶ୍ଵରଙ୍କ ନିଶ୍ଵାସରେ ହିମାନୀ ଜନ୍ମେ ଓ ଜଳରାଶିର ବିସ୍ତୃତି ସଙ୍କୀର୍ଣ୍ଣ ହୁଏ ।

11 ଆହୁରି, ସେ ନିବିଡ଼ ମେଘକୁ ଆର୍ଦ୍ରତାରେ ପୂର୍ଣ୍ଣ କରନ୍ତି; ସେ ଆପଣା ବିଦ୍ୟୁତର ମେଘ ବିସ୍ତାର କରନ୍ତି ।

12 ଆଉ, ସେ ଯାହା କିଛି ଆଜ୍ଞା କରନ୍ତି, ତାହା ବାସଯୋଗ୍ୟ ଭୂମଣ୍ତଳରେ ସାଧନ କରିବା ପାଇଁ ତାହାଙ୍କ ଚାଳନ ଦ୍ଵାରା ତାହା ଘୂରେ ।

ଆୟୁବ ପୁସ୍ତକ ଅଧ୍ୟାୟ 37

13 ଦଣ୍ତ ନିମନ୍ତେ, ବା ଆପଣା ଦେଶ ନିମନ୍ତେ, ଅଥବା ଦୟା ନିମନ୍ତେ ହେଉ, ସେ ତାହା ଘଟାନ୍ତି, ।

14 ହେ ଆୟୁବ, ଏଥିରେ କର୍ଣ୍ଣପାତ କର; ସ୍ଥିର ହୋଇ ଠିଆ ହୁଅ ଓ ପରମେଶ୍ଵରଙ୍କ ଆଶ୍ଚର୍ଯ୍ୟକ୍ରିୟାସବୁ ବିବେଚନା କର ।

15 ପରମେଶ୍ଵର କିରୂପେ ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତି ଓ ଆପଣା ମେଘର ବିଦ୍ୟୁତକୁ ଦୀପ୍ତିମାନ କରନ୍ତି, ଏହା କି ତୁମ୍ଭେ ଜାଣ?

16 ତୁମ୍ଭେ କି ମେଘମାଳର ସମତୌଲ, ପରମ ଜ୍ଞାନୀଙ୍କର ଆଶ୍ଚର୍ଯ୍ୟକ୍ରିୟାସବୁ ଜାଣ?

ଆୟୁବ ପୁସ୍ତକ ଅଧ୍ୟାୟ 37

17 ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେ ତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ?

18 ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ତଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର?

19 ତାହାଙ୍କୁ କଅଣ କହିବା, ତାହା ଆମ୍ଭମାନଙ୍କୁ ଶିଖାଅ; କାରଣ ଅନ୍ଧକାର ସକାଶୁ ଆମ୍ଭେମାନେ ଆପଣା କଥା ସଜାଇ ପାରୁ ନାହୁଁ ।

20 ମୁଁ କଥା କହିବାକୁ ଇଚ୍ଛା କରେ ବୋଲି କି ତାହାଙ୍କୁ କୁହାଯିବ? ଅବା କୌଣସି ମନୁଷ୍ୟ କି ଗ୍ରାସି ହୋଇ ଯିବାକୁ ଇଚ୍ଛା କରିବ?

ଆୟୁବ ପୁସ୍ତକ ଅଧ୍ୟାୟ 37

21 ପୁଣି, ଏତେବେଳେ ଲୋକମାନେ ଆକାଶସ୍ଥ ତେଜସ୍କର ଦୀପ୍ତି ଦେଖନ୍ତି ନାହିଁ; ମାତ୍ର ବାୟୁ ବହି ତାହା ପରିଷ୍କାର କରେ ।

22 ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ; ପରମେଶ୍ଵରଙ୍କଠାରେ ଭୟାନକ ମହତ୍ତ୍ଵ ଥାଏ ।

23 ସର୍ବଶକ୍ତିମାନ! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ ।

24 ଏଣୁ ନରଗଣ ତାହାଙ୍କୁ ଭୟ କରନ୍ତି; ଯେଉଁମାନେ ଅନ୍ତଃକରଣରେ ଜ୍ଞାନୀ, ସେ ସେମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ ।

ଆୟୁବ ପୁସ୍ତକ ଅଧ୍ୟାୟ 37