Oriya ବାଇବଲ |

ଆୟୁବ ପୁସ୍ତକ total 42 ଅଧ୍ୟାୟଗୁଡ଼ିକ

ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 6
ଆୟୁବ ପୁସ୍ତକ ଅଧ୍ୟାୟ 6

1 ଏଥିରେ ଆୟୁବ ଉତ୍ତର କରି କହିଲା,

2 ଆହା, ଯେବେ ମୋହର ଦୁଃଖ ତୌଲା ଯାଇଥାʼନ୍ତା ଓ ମୋହର ଦୁର୍ଗତି ତରାଜୁରେ ଏକତ୍ର ରଖା ଯାଇଥାʼନ୍ତା!

3 ତେବେ ତାହା ଏତେବେଳେ ସମୁଦ୍ର ବାଲିଠାରୁ ଭାରୀ ହୁଅନ୍ତା; ଏଣୁ ମୋହର ବାକ୍ୟ ଅବିବେଚନାଯୁକ୍ତ ହୋଇଅଛି ।

4 କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ଵରଙ୍କ ଭୟରୂପ ସୈନ୍ୟ ମୋʼ ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି⇧ ।

ଆୟୁବ ପୁସ୍ତକ ଅଧ୍ୟାୟ 6

5 ଘାସ ଥିଲେ କʼଣ ବନ୍ୟଗର୍ଦ୍ଦଭ ବୋବାଏ? ଆହାର ପାଖରେ କʼଣ ଗୋରୁ ହମାଳେ?

6 ଅସ୍ଵାଦ ଦ୍ରବ୍ୟ କʼଣ ଲବଣ ବିନା ଭୋଜନ କରାଯାଇପାରେ? ଅବା ଅଣ୍ତା ଲାଳରେ କି କିଛି ସ୍ଵାଦ ଅଛି?

7 ମୋହର ପ୍ରାଣ ତାହା ସ୍ପର୍ଶ କରିବାକୁ ଅସମ୍ମତ; ତାହାସବୁ ମୋʼ ପ୍ରତି ଘୃଣିତ ଭକ୍ଷ୍ୟ ସ୍ଵରୂପ ।

8 ଆହା, ଯେବେ ମୁଁ ଆପଣା ବାଞ୍ଛିତ ବିଷୟ ପ୍ରାପ୍ତ ହୁଅନ୍ତି; ଯାହା ମୁଁ ଅପେକ୍ଷା କରେ, ତାହା ଯେବେ ପରମେଶ୍ଵର ମୋତେ ଦିଅନ୍ତେ ।

ଆୟୁବ ପୁସ୍ତକ ଅଧ୍ୟାୟ 6

9 ହଁ, ଯେବେ ପରମେଶ୍ଵର ଅନୁଗ୍ରହ କରି ମୋତେ ଚୂର୍ଣ୍ଣ କରନ୍ତେ; ଯେବେ ସେ ଆପଣା ହସ୍ତ ମୁକୁଳା କରି ମୋତେ ଛେଦନ କରି ପକାନ୍ତେ!

10 ତାହାହେଲେ, ଏବେ ହେଁ ମୁଁ ସାନ୍ତ୍ଵନାପ୍ରାପ୍ତ ହୁଅନ୍ତି; ହଁ, ମୁଁ ନିର୍ଦ୍ଦୟ ଯାତନା ମଧ୍ୟରେ ହେଁ ଅତ୍ୟ; ଆନନ୍ଦ କରନ୍ତି; କାରଣ ମୁଁ ଧର୍ମମୟଙ୍କର ବାକ୍ୟସବୁ ଅସ୍ଵୀକାର କରି ନାହିଁ ।

11 ମୋହର ବଳ କଅଣ ଯେ, ମୁଁ ଅପେକ୍ଷା କରିବି? ମୋହର ପରିଣାମ କଅଣ ଯେ, ମୁଁ ସହିଷ୍ଣୁ ହେବି?

ଆୟୁବ ପୁସ୍ତକ ଅଧ୍ୟାୟ 6

12 ମୋହର ବଳ କʼଣ ପ୍ରସ୍ତରମାନଙ୍କର ବଳ? ଅବା ମୋହର ମାଂସ କʼଣ ପିତ୍ତଳ?

13 ମୋʼ ଦ୍ଵାରା ମୋହର କିଛି ଉପକାର ନାହିଁ ଓ ଫଳଦାୟକ କର୍ମଣ୍ୟତା ମୋʼଠାରୁ ସମ୍ପୂର୍ଣ୍ଣ ଦୂରୀକୃତ ହୋଇଅଛି, ଏହା କʼଣ ସତ୍ୟ ନୁହେଁ?

14 କ୍ଷୀଣ ହେବାକୁ ଉଦ୍ୟତ ଲୋକ ପ୍ରତି, ମଧ୍ୟ ସର୍ବଶକ୍ତିମାନଙ୍କ ଭୟତ୍ୟାଗୀ ଲୋକ ପ୍ରତି ବନ୍ଧୁଠାରୁ ଦୟା ପ୍ରକାଶିତ ହେବା ଉଚିତ ।

15 ମୋହର ଭ୍ରାତୃଗଣ ନଦୀ ତୁଲ୍ୟ, ପ୍ରବାହିତ ନଦୀସ୍ରୋତ ତୁଲ୍ୟ ପ୍ରବଞ୍ଚନା କରିଅଛନ୍ତି;

ଆୟୁବ ପୁସ୍ତକ ଅଧ୍ୟାୟ 6

16 ତାହାସବୁ ହିମ ସକାଶୁ କୃଷ୍ଣବର୍ଣ୍ଣ ଓ ତହିଁ ମଧ୍ୟରେ ତୁଷାର ଲୀନ ହୁଏ;

17 ନଦୀ ଉତ୍ତପ୍ତ ହେଲେ, ତାହା ଲୁପ୍ତ ହୁଏ; ଗ୍ରୀଷ୍ମ ପାଇଲେ ସ୍ଵସ୍ଥାନରୁ ଅନ୍ତର୍ହିତ ହୁଏ ।

18 ପଥିକ ଦଳ ତହିଁ ନିକଟ ଦେଇ ଯାତ୍ରା କରିବା ବେଳେ ପଥ ଛାଡ଼ନ୍ତି; ସେମାନେ ମରୁଭୂମିକି ଯାଇ ବିନଷ୍ଟ ହୁଅନ୍ତି ।

19 ତେମାର ପଥିକଦଳ ଅନ୍ଵେଷଣ କଲେ, ଶିବାର ଯାତ୍ରୀଦଳ ତହିଁ ପାଇଁ ଅପେକ୍ଷା କଲେ ।

ଆୟୁବ ପୁସ୍ତକ ଅଧ୍ୟାୟ 6

20 ସେମାନେ ପ୍ରତ୍ୟାଶା କରିଥିବା ସକାଶୁ ଲଜ୍ଜିତ ହେଲେ; ସେମାନେ ସେଠାରେ ଉପସ୍ଥିତ ହୋଇ ଘାବରା ହେଲେ ।

21 ଦେଖ, ଏବେ ତୁମ୍ଭେମାନେ କିଛି ନୁହଁ; ତୁମ୍ଭେମାନେ ବିପତ୍ତି ଦେଖି ଭୀତ ହେଉଅଛ ।

22 ମୋତେ କିଛି ଦିଅ, ଅବା ତୁମ୍ଭମାନଙ୍କ ସମ୍ପତ୍ତିରୁ ମୋʼ ପାଇଁ ଉପହାର ଯାଚ ।

23 କିଅବା ବିପକ୍ଷ ହସ୍ତରୁ ମୋତେ ଉଦ୍ଧାର କର, ଅଥବା ଉପଦ୍ରବୀମାନଙ୍କ ହସ୍ତରୁ ମୋତେ ମୁକ୍ତ କର, ଏହା କି ମୁଁ କହିଲି?

ଆୟୁବ ପୁସ୍ତକ ଅଧ୍ୟାୟ 6

24 ମୋତେ ଶିକ୍ଷା ଦିଅ, ତହିଁରେ ମୁଁ ନୀରବ ହେବି ଓ ମୁଁ କେଉଁ ବିଷୟରେ ଭୁଲିଗଲି, ତାହା ମୋତେ ବୁଝାଇ ଦିଅ ।

25 ସରଳ ବାକ୍ୟ କିପରି ପ୍ରବଳ! ମାତ୍ର ତୁମ୍ଭମାନଙ୍କ ତର୍କ କେଉଁ ଦୋଷ ବ୍ୟକ୍ତ କରେ?

26 ତୁମ୍ଭେମାନେ କʼଣ ଶଦ୍ଦର ଦୋଷ ଧରିବାକୁ କଳ୍ପନା କରୁଅଛ? କାରଣ ନିରାଶ ଲୋକର ବାକ୍ୟ ବାୟୁ ତୁଲ୍ୟ ।

27 ହଁ, ତୁମ୍ଭେମାନେ ପିତୃହୀନ ପାଇଁ ଗୁଲିବାଣ୍ଟ କରିବ ଓ ଆପଣା ବନ୍ଧୁକୁ ବାଣିଜ୍ୟ ଦ୍ରବ୍ୟ କରିବ ।

ଆୟୁବ ପୁସ୍ତକ ଅଧ୍ୟାୟ 6

28 ଏହେତୁ ଏବେ ଅନୁଗ୍ରହ କରି ମୋʼ ପ୍ରତି ଦୃଷ୍ଟି କର; କାରଣ ମୁଁ ନିଶ୍ଚୟ ତୁମ୍ଭ ମୁଖ ଆଗରେ ମିଥ୍ୟା କହିବି ନାହିଁ ।

29 ମୁଁ ବିନୟ କରୁଅଛି, ଫେର, କୌଣସି ଅନ୍ୟାୟ ନ ହେଉ; ହଁ, ପୁନର୍ବାର ଫେର, ମୋହର ଗୁହାରି ଯଥାର୍ଥ ।

30 ମୋʼ ଜିହ୍ଵାରେ କʼଣ ଅନ୍ୟାୟ ଅଛି? ମୋହର ରସନେନ୍ଦ୍ରିୟ କʼଣ ଅନିଷ୍ଟ ବିଷୟ ବାରି ନ ପାରେ?