Oriya ବାଇବଲ |
ଆୟୁବ ପୁସ୍ତକ total 42 ଅଧ୍ୟାୟଗୁଡ଼ିକ
ଆୟୁବ ପୁସ୍ତକ
ଆୟୁବ ପୁସ୍ତକ ଅଧ୍ୟାୟ 7
ଆୟୁବ ପୁସ୍ତକ ଅଧ୍ୟାୟ 7
1 ପୃଥିବୀରେ କʼଣ ମନୁଷ୍ୟର ଯୁଦ୍ଧ ହୁଏ ନାହିଁ? ଓ ତାହାର ଦିନସମୂହ କʼଣ ବେତନଜୀବୀର ଦିନ ତୁଲ୍ୟ ନୁହେଁ?
2 ଦାସ ଯେପରି ଛାୟାର ଆକାଂକ୍ଷା କରେ, ବେତନଜୀବୀ ଯେପରି ଆପଣା ବେତନର ଅପେକ୍ଷା କରେ;
3 ମୁଁ ସେପରି ଅସାରତାବିଶିଷ୍ଟ ମାସମାନର ଅଧିକାରୀ କରା ଯାଇଅଛି ଓ କ୍ଳାନ୍ତିଜନକ ରାତ୍ରିମାନ ମୋʼ ପାଇଁ ନିରୂପିତ ହୋଇଅଛି ।
4 ମୁଁ ଶୟନ କାଳରେ କହେ, କେବେ ମୁଁ ଉଠିବି? ମାତ୍ର ରାତ୍ରି ଦୀର୍ଘ ହୁଏ; ଆଉ, ମୁଁ ପ୍ରଭାତ ପର୍ଯ୍ୟନ୍ତ ନିରନ୍ତର ଛଟ୍ପଟ୍ ହେଉଥାଏ ।
ଆୟୁବ ପୁସ୍ତକ ଅଧ୍ୟାୟ 7
5 ମୋହର ମାଂସ କୀଟ ଓ ଧୂଳିଟେଳା ପରିହିତ; ମୋହର ଚର୍ମ ମିଶିଯାଏ ଓ ପୁନର୍ବାର ଫାଟିଯାଏ ।
6 ମୋହର ଦିନ ତନ୍ତୀର ନଳୀଠାରୁ ଶୀଘ୍ରଗାମୀ ଓ ଭରସା ବିନା ବ୍ୟୟ ହୋଇଯାଏ ।
7 ଆହେ, ମୋହର ପ୍ରାଣ ବାୟୁମାତ୍ର ବୋଲି ସ୍ମରଣ କର; ମୋହର ଚକ୍ଷୁ ଆଉ ମଙ୍ଗଳ ଦେଖିବ ନାହିଁ ।
8 ଯାହାର ଚକ୍ଷୁ ମୋତେ ଦେଖେ, ସେ ଆଉ ମୋତେ ଦେଖିବ ନାହିଁ; ମୋʼ ପ୍ରତି ତୁମ୍ଭର ଦୃଷ୍ଟି ପଡ଼ିବ, ମାତ୍ର ମୁଁ ନ ଥିବି ।
ଆୟୁବ ପୁସ୍ତକ ଅଧ୍ୟାୟ 7
9 ମେଘ ଯେପରି କ୍ଷୟ ପାଇ ଅନ୍ତର୍ହିତ ହୁଏ, ସେପରି ଯେ ପାତାଳକୁ ଓହ୍ଲାଇଯାଏ, ସେ ଆଉ ଉଠି ଆସିବ ନାହିଁ ।
10 ସେ ଆଉ ଆପଣା ଗୃହକୁ ଫେରି ଆସିବ ନାହିଁ, କିଅବା ତାହାର ବାସସ୍ଥାନ ତାହାକୁ ଆଉ ଚିହ୍ନିବ ନାହିଁ ।
11 ଏହେତୁ ମୁଁ ଆପଣା ମୁଖ ବନ୍ଦ କରିବି ନାହିଁ; ମୁଁ ଆପଣା ମନର ବେଦନାରେ କଥା କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ ବିଳାପ କରିବି।
12 ମୁଁ କʼଣ ସମୁଦ୍ର ଅବା ତିମିମତ୍ସ୍ୟ ଯେ, ତୁମ୍ଭେ ମୋʼ ଉପରେ ପ୍ରହରୀ ରଖୁଅଛ?
ଆୟୁବ ପୁସ୍ତକ ଅଧ୍ୟାୟ 7
13 ମୋʼ ପଲଙ୍କ ମୋତେ ସାନ୍ତ୍ଵନା ଦେବ, ମୋହର ଶଯ୍ୟା ମୋର ଦୁଃଖ ଉପଶମ କରିବ ବୋଲି କହିଲା ବେଳେ,
14 ତୁମ୍ଭେ ସ୍ଵପ୍ନରେ ମୋତେ ଭୟ ଦେଖାଉଅଛ ଓ ନାନା ଦର୍ଶନ ଦ୍ଵାରା ମୋତେ ତ୍ରାସଯୁକ୍ତ କରୁଅଛ ।
15 ତେଣୁ ମୋହର ପ୍ରାଣ ମୋହର ଏହି ଅସ୍ଥି ଅପେକ୍ଷା ଶ୍ଵାସରୋଧ ଓ ମରଣ ପସନ୍ଦ କରେ ।
16 ମୁଁ ଆପଣା ପ୍ରାଣକୁ ଘୃଣା କରେ, ମୁଁ ସର୍ବଦା ବଞ୍ଚିବାକୁ ଇଚ୍ଛା କରେ ନାହିଁ; ମୋତେ ଛାଡ଼; କାରଣ ମୋହର ଆୟୁ ଅସାର ।
ଆୟୁବ ପୁସ୍ତକ ଅଧ୍ୟାୟ 7
17 ମୁନଷ୍ୟ କିଏ ଯେ, ତୁମ୍ଭେ ତାହାକୁ ମହାନ ଜ୍ଞାନ କରିବ ଓ ତାହା ପ୍ରତି ଆପଣା ହୃଦୟ ରଖିବ,
18 ଆଉ, ପ୍ରତି ପ୍ରଭାତରେ ତାହାର ତତ୍ତ୍ଵ ନେବ ଓ ପ୍ରତି ନିମିଷରେ ତାହାର ପରୀକ୍ଷା କରିବ?
19 ତୁମ୍ଭେ କେତେ କାଳ ମୋʼଠାରୁ ଆପଣା ଦୃଷ୍ଟି ଫେରାଇବ ନାହିଁ, କିଅବା ମୁଁ ଆପଣା ଛେପ ଢୋକିବା ପର୍ଯ୍ୟନ୍ତ ମୋତେ ଛାଡ଼ି ଦେବ ନାହିଁ?
20 ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କʼଣ କରେ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ଵରୂପ ହେଉଅଛି?
ଆୟୁବ ପୁସ୍ତକ ଅଧ୍ୟାୟ 7
21 ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯନିପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି ।