Oriya ବାଇବଲ |
ଆୟୁବ ପୁସ୍ତକ total 42 ଅଧ୍ୟାୟଗୁଡ଼ିକ
ଆୟୁବ ପୁସ୍ତକ
ଆୟୁବ ପୁସ୍ତକ ଅଧ୍ୟାୟ 9
ଆୟୁବ ପୁସ୍ତକ ଅଧ୍ୟାୟ 9
1 ଏଥିରେ ଆୟୁବ ଉତ୍ତର କରି କହିଲା,
2 ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ; ମାତ୍ର କିରୂପେ ମନୁଷ୍ୟ ପରମେଶ୍ଵରଙ୍କ ନିକଟରେ ଧାର୍ମିକ ହୋଇପାରେ?
3 ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇପାରିବ ନାହିଁ ।
4 ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି?
ଆୟୁବ ପୁସ୍ତକ ଅଧ୍ୟାୟ 9
5 ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ ।
6 ସେ ପୃଥିବୀକି ସ୍ଵସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ ।
7 ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି ।
8 ସେ ଏକାକୀ ଆକାଶମଣ୍ତଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି ।
ଆୟୁବ ପୁସ୍ତକ ଅଧ୍ୟାୟ 9
9 ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ତଳ ସୃଷ୍ଟି କରନ୍ତି।
10 ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟ-କ୍ରିୟା କରନ୍ତି ।
11 ଦେଖ, ସେ ମୋʼ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ ।
12 ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରି ପା ⇧ ର? ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ?
ଆୟୁବ ପୁସ୍ତକ ଅଧ୍ୟାୟ 9
13 ପରମେଶ୍ଵର ଆପଣା କ୍ରୋଧ ସମ୍ଵରଣ କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି ।
14 ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି?
15 ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି ।
16 ଯେବେ ମୁଁ ଡାକିଥାʼନ୍ତି ଓ ସେ ମୋତେ ଉତ୍ତର ଦେଇଥାʼନ୍ତେ, ତେବେ ହେଁ ସେ ମୋʼ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ଵାସ କରନ୍ତି ନାହିଁ ।
ଆୟୁବ ପୁସ୍ତକ ଅଧ୍ୟାୟ 9
17 କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି ।
18 ସେ ମୋତେ ନିଶ୍ଵାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି ।
19 ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି! ଓ ବିଚାରର କଥା କହିଲେ, କିଏ ମୋʼ ପାଇଁ ସମୟ ନିରୂପଣ କରିବ?
20 ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ । ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ ।
ଆୟୁବ ପୁସ୍ତକ ଅଧ୍ୟାୟ 9
21 ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ; ମୁଁ ଆପଣା ଜୀବନକୁ ତୁଚ୍ଛ କରେ ।
22 ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି ।
23 ଯେବେ କୋରଡ଼ା ହଠାତ୍ ମାରିପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ ।
24 ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯେବେ ସେ ନ କରନ୍ତି, ତେବେ ଆଉ କିଏ?
ଆୟୁବ ପୁସ୍ତକ ଅଧ୍ୟାୟ 9
25 ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ ।
26 ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ ।
27 ଯେବେ ମୁଁ କହେ, ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି;
28 ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ ।
ଆୟୁବ ପୁସ୍ତକ ଅଧ୍ୟାୟ 9
29 ମୁଁ ଦୋଷୀକୃତ ହେବି; ତେବେ ମୁଁ କାହିଁକି ବୃଥା ପରିଶ୍ରମ କରୁଅଛି?
30 ଯେବେ ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ,
31 ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ ।
32 କାରଣ ସେ ମୋʼ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାରସ୍ଥାନକୁ ଆସିବା ।
ଆୟୁବ ପୁସ୍ତକ ଅଧ୍ୟାୟ 9
33 ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ ।
34 ସେ ମୋʼଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ;
35 ତେବେ ମୁଁ ତାହାଙ୍କୁ ଭୟ ନ କରି କଥା କହିବି; କାରଣ ମୁଁ ନିଜେ ସେରୂପ ନୁହେଁ ।