Oriya ବାଇବଲ |

ଯୋହନଲିଖିତ ସୁସମାଚାର total 21 ଅଧ୍ୟାୟଗୁଡ଼ିକ

ଯୋହନଲିଖିତ ସୁସମାଚାର

ଯୋହନଲିଖିତ ସୁସମାଚାର ଅଧ୍ୟାୟ 1
ଯୋହନଲିଖିତ ସୁସମାଚାର ଅଧ୍ୟାୟ 1

1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଈଶ୍ଵରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ଵର ଥିଲେ ।

2 ସେ ଆଦ୍ୟରେ ଈଶ୍ଵରଙ୍କ ସହିତ ଥିଲେ ।

3 ତାହାଙ୍କ ଦ୍ଵାରା ସମସ୍ତ ସୃଷ୍ଟ ହେଲା; ଆଉ ଯେସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ ।

4 ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ ।

5 ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ଵଲ୍ୟମାନ ହୋଇ-ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ ।

ଯୋହନଲିଖିତ ସୁସମାଚାର ଅଧ୍ୟାୟ 1

6 ଈଶ୍ଵରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ ।

7 ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି ତାହାଙ୍କ ଦ୍ଵାରା ସମସ୍ତେ ବିଶ୍ଵାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।

8 ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।

9 ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ ।

ଯୋହନଲିଖିତ ସୁସମାଚାର ଅଧ୍ୟାୟ 1

10 ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ଵାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ ।

11 ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ ।

12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ଵାସ କଲେ, ସେସମସ୍ତଙ୍କୁ ସେ ଈଶ୍ଵରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;

13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ଵରଙ୍କଠାରୁ ଜାତ ହେଲେ ।

ଯୋହନଲିଖିତ ସୁସମାଚାର ଅଧ୍ୟାୟ 1

14 ଆଉ, ସେହି ବାକ୍ୟ ଦେହବ; ହେଲେ, ପୁଣି ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ଵିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମାଦେଖିଲୁ ⇧ ⇧ ।

15 ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚ ସ୍ଵରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।

ଯୋହନଲିଖିତ ସୁସମାଚାର ଅଧ୍ୟାୟ 1

16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ ।

17 କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ଵାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଉପସ୍ଥିତ ହେଲା ।

18 କେହି କେବେ ଈଶ୍ଵରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ଵିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।

19 ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀମାନେ ଯେତେବେଳେ ଯିରୂଶାଲମରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେ-ବେଳେ ସେ ଏହି ସାକ୍ଷ୍ୟ ଦେଲେ,

ଯୋହନଲିଖିତ ସୁସମାଚାର ଅଧ୍ୟାୟ 1

20 ସେ ସ୍ଵୀକାର କଲେ, ଅସ୍ଵୀକାର କଲେ ନାହିଁ; ସେ ସ୍ଵୀକାର କଲେ, ମୁଁ ଖ୍ରୀଷ୍ଟ ନୁହେଁ ।

21 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ । ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା ।

22 ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇ ପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କହୁଅଛନ୍ତି?

ଯୋହନଲିଖିତ ସୁସମାଚାର ଅଧ୍ୟାୟ 1

23 ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶଦ୍ଦ କରୁଥିବା ଜଣକର ସ୍ଵର, ପ୍ରଭୁଙ୍କ ପଥ ସଳଖ କର ।

24 ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ ।

25 ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହନ୍ତି, ତାହା ହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?

26 ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ;

ଯୋହନଲିଖିତ ସୁସମାଚାର ଅଧ୍ୟାୟ 1

27 ସେ ମୋʼ ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ ।

28 ଯର୍ଦ୍ଦନର ପରପାରସ୍ଥ ଯେଉଁ ବେଥନୀଆରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହିସବୁ ଘଟିଲା ।

29 ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ, ଯେ ଜଗତର ପାପ ବହିନେଇଯାଆନ୍ତି ।

30 ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।

ଯୋହନଲିଖିତ ସୁସମାଚାର ଅଧ୍ୟାୟ 1

31 ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି ।

32 ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ ।

33 ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି ।

ଯୋହନଲିଖିତ ସୁସମାଚାର ଅଧ୍ୟାୟ 1

34 ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ଵରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି ।

35 ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ;

36 ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ ।

37 ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ ।

ଯୋହନଲିଖିତ ସୁସମାଚାର ଅଧ୍ୟାୟ 1

38 ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, ତୁମ୍ଭେମାନେ କଅଣ ଖୋଜୁଅଛ? ସେମାନେ ତାହାଙ୍କୁ ପଚାରିଲେ, ରାବ୍ବୀ (ଅନୁବାଦ କଲେ ଏହାର ଅର୍ଥ ଗୁରୁ), ଆପଣ କେଉଁଠାରେ ରୁହନ୍ତି?

39 ସେ ସେମାନଙ୍କୁ କହିଲେ, ଆସ, ଦେଖିବ । ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; ସେତେବେଳେ ସକାଳ ପ୍ରାୟ ଦଶ ଘଣ୍ଟା ହୋଇଥିଲା ।

40 ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ ।

ଯୋହନଲିଖିତ ସୁସମାଚାର ଅଧ୍ୟାୟ 1

41 ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ।।) ଦେଖା ପାଇଅଛୁ ।

42 ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ । ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ । ତୁମ୍ଭେ କେଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ ।

43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର ।

ଯୋହନଲିଖିତ ସୁସମାଚାର ଅଧ୍ୟାୟ 1

44 ଫିଲିପ୍ପ ବେଥ୍ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରୀୟ ଓ ପିତରଙ୍କର ନଗର ଥିଲା ।

45 ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ ।

46 ନିଥନିୟେଲ ତାଙ୍କୁ ପଚାରିଲେ, ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ? ଫିଲିପ୍ପ ତାଙ୍କୁ କହିଲେ, ଆସି ଦେଖ ।

ଯୋହନଲିଖିତ ସୁସମାଚାର ଅଧ୍ୟାୟ 1

47 ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ ।

48 ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାଙ୍କୁ ଉତ୍ତର ଦେଲେ, ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି ।

49 ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ରାବ୍ବୀ, ଆପଣ ଈଶ୍ଵରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା ।

ଯୋହନଲିଖିତ ସୁସମାଚାର ଅଧ୍ୟାୟ 1

50 ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ଵାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ୍ ମହତ୍ ବିଷୟ ଦେଖିବ ।

51 ପୁଣି, ସେ ତାହାଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ଵର୍ଗକୁ ଉନ୍ମୁକ୍ତ ଓ ଈଶ୍ଵରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ ।