Oriya ବାଇବଲ |
ଯିହୋଶୂୟ total 24 ଅଧ୍ୟାୟଗୁଡ଼ିକ
ଯିହୋଶୂୟ
ଯିହୋଶୂୟ ଅଧ୍ୟାୟ 15
ଯିହୋଶୂୟ ଅଧ୍ୟାୟ 15
1 ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ-ସୀମା ପାର୍ଶ୍ଵସ୍ଥ ସିନ୍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା ।
2 ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ ଗଣ. ୩୪:୩,୪
3 ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟୀ ଦେଇ ସିନ୍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା ।
ଯିହୋଶୂୟ ଅଧ୍ୟାୟ 15
4 ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ ।
5 ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରା; ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା । ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା
6 ଓ ସେହି ସୀମା ବୈଥଗ୍ଲା ପର୍ଯ୍ୟନ୍ତ ଉଠି ବୈଥ୍ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା ।
ଯିହୋଶୂୟ ଅଧ୍ୟାୟ 15
7 ଏଉତ୍ତାରେ ସେହି ସୀମା ଆଖୋର୍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍ ଘାଟୀ ସମ୍ମୁଖସ୍ଥ ଗିଲ୍ଗଲ୍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍-ଶେମଶ୍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍-ରୋଗେଲ୍⇧ ନିକଟରେ ଥିଲା ।
8 ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟିମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା ।
ଯିହୋଶୂୟ ଅଧ୍ୟାୟ 15
9 ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟାଥ୍ ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା ।
10 ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବୈଥ୍ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା ।
ଯିହୋଶୂୟ ଅଧ୍ୟାୟ 15
11 ପୁଣି ସେ ସୀମା ଇକ୍ରୋଣର ଉତ୍ତରପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନିୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା ।
12 ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି ।
13 ଅନନ୍ତର ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥର୍ବ ଦେଲେ, ଅର୍ବ ଅନାକର ପିତା ଥିଲା ।
ଯିହୋଶୂୟ ଅଧ୍ୟାୟ 15
14 ପୁଣି କାଲେବ୍ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ ।
15 ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍-ସେଫର ନାମରେ ବିଖ୍ୟାତ ଥିଲା ।
16 ସେହି ସମୟରେ କାଲେବ୍ କହିଲେ, ଯେଉଁ ଜନ କିରୀୟଥ୍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍ଷାର ବିବାହ ଦେବି ।
17 ତହିଁରେ କାଲେବ୍ର ଭ୍ରାତା କନସର ପୁତ୍ର ଅନିୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ ।
ଯିହୋଶୂୟ ଅଧ୍ୟାୟ 15
18 ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ତେ କ୍ଷେତ ମାଗିବା ପାଇଁ ସ୍ଵାମୀକି ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ୍ ତାହାକୁ କହିଲେ, ତୁମ୍ଭେ କଅଣ ଚାହଁ?
19 ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ । ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ ।
20 ଯିହୁଦା-ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର ।
ଯିହୋଶୂୟ ଅଧ୍ୟାୟ 15
21 ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦାସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବସେଲ ଓ ଏଦର ଓ ଯାଗୁର
22 ଓ କୀନା ଓ ଦୀମୋନା ଓ ଅଦାଦା
23 ଓ କେଦଶ୍ ଓ ହାତ୍ସୋର ଓ ଯିନିନ୍;
24 ସୀଫ୍ ଓ ଟେଲମ୍ ଓ ବାଲୋତ୍
25 ଓ ହାତ୍ସୋର-ହଦତ୍ତା ଓ କରିୟୋଥ୍-ହିଷ୍ରୋଣ (ଅବା ହାତ୍ସୋରନ୍ତ)
26 ଅମାମ୍ ଓ ଶମା ଓ ମେଲାଦା
ଯିହୋଶୂୟ ଅଧ୍ୟାୟ 15
27 ଓ ହତ୍ସର-ଗଦ୍ଦା ଓ ହିଷ୍ମୋନ୍ ଓ ବୈଥ୍ପେଲଟ
28 ଓ ହତ୍ସର-ଶିୟାଲ ଓ ବେରଶେବା ଓ ବିଷିୟୋଥିୟା;
29 ବାଲା ଓ ଇୟୀମ୍ ଓ ଏତ୍ସମ୍;
30 ଇଲତୋଲଦ୍ ଓ କସୀଲ ଓ ହର୍ମା
31 ଓ ସିକ୍ଲଗ୍ ଓ ମଦ୍ମନ୍ନା ଓ ସନ୍ସନ୍ନା
32 ଓ ଲବାୟୋତ୍ ଓ ଶିଲହୀମ୍ ଓ ଐନ୍ ଓ ରିମ୍ମୋନ୍; ଗ୍ରାମ ସମେତ ସର୍ବସୁଦ୍ଧା ଊଣତିରିଶ ନଗର ।
ଯିହୋଶୂୟ ଅଧ୍ୟାୟ 15
33 ତଳଭୂମିରେ ଇଷ୍ଟାୟୋଲ ଓ ସରୀୟ ଓ ଅସ୍ନା
34 ଓ ସାନୋହ ଓ ଐନ୍ଗନ୍ନୀମ ଓ ତପୂହ ଓ ଐନମ୍;
35 ଯର୍ମୂତ୍ ଓ ଅଦୁଲ୍ଲମ୍, ସୋଖୋ ଓ ଅସେକା
36 ଓ ଶାରୟିମ୍ ଓ ଅଦୀଥୟିମ୍ ଓ ଗଦେରା ଓ ଗଦେରୋଥୟିମ୍; ଗ୍ରାମ ସମେତ ଏହି ଚଉଦ ନଗର ।
37 ସନାନ୍ ଓ ହଦାଶା ଓ ମିଗ୍ଦଲଗାଦ
38 ଓ ଦିଲୀୟନ୍ ଓ ମିସ୍ପୀ ଓ ଯକ୍ତେଲ;
ଯିହୋଶୂୟ ଅଧ୍ୟାୟ 15
39 ଲାଖୀଶ୍ ଓ ବସ୍କତ୍ ଓ ଇଗ୍ଲୋନ୍;
40 କବ୍ବୋନ୍ ଓ ଲହମମ ଓ କିତୀଶ୍
41 ଓ ଗଦେରୋତ୍, ବୈଥ୍-ଦାଗୋନ୍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର ।
42 ଲିବ୍ନା ଓ ଏଥର୍ ଓ ଅଶନ୍
43 ଓ ଯିପ୍ତହ ଓ ଅସ୍ନା ଓ ନତ୍ସୀବ୍;
44 କିୟୀଲା ଓ ଅକ୍ଷୀବ ଓ ମାରେଶା; ଗ୍ରାମ ସମେତ ନଅ ନଗର ।
45 ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ;
ଯିହୋଶୂୟ ଅଧ୍ୟାୟ 15
46 ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସଦୋଦ୍ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ ।
47 ଅସଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ।
48 ପର୍ବତମୟ ଦେଶରେ ଶାମୀର ଓ ଯତ୍ତୀର ଓ ସୋଖୋ;
49 ପୁଣି ଦନ୍ନା ଓ କିରୀୟଥ୍-ସନ୍ନା (ଏହାକୁ ଦବୀର କହନ୍ତି)
50 ଓ ଅନାବ୍ ଓ ଇଷ୍ଟିମୋୟ ଓ ଆନୀମ୍
ଯିହୋଶୂୟ ଅଧ୍ୟାୟ 15
51 ଓ ଗୋଶନ୍ ଓ ହୋଲୋନ୍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର ।
52 ଅରାବ୍ ଓ ଦୂମା ଓ ଇଶୀୟନ୍
53 ଓ ଯାନୁମ୍ ଓ ବୈତ୍ତପୂହ ଓ ଅଫେକା
54 ଓ ହୁମ୍ଟା ଓ କିରୀୟଥର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର ।
55 ମାୟୋନ୍, କର୍ମିଲ ଓ ସୀପ୍ ଓ ଯୁଟା
56 ଓ ଯିଷ୍ରୀୟେଲ ଓ ଯଗ୍ଦୀୟାମ୍ ଓ ସାନୋହ;
ଯିହୋଶୂୟ ଅଧ୍ୟାୟ 15
57 କୟିନ ଓ ଗିବୀୟା ଓ ତିମ୍ନା; ଏସବୁ ଗ୍ରାମ ସମେତ ଦଶ ନଗର ।
58 ହଲହୁଲ ଓ ବୈଥ୍ସୁର ଓ ଗଦୋର
59 ଓ ମାରତ୍ ଓ ବୈଥନୋତ୍ ଓ ଇଲ୍ତକୋନ; ଏସବୁ ଗ୍ରାମ ସମେତ ଛଅ ନଗର ।
60 କିରୀୟଥ୍-ବାଲ (ଏହାକୁ କିରୀୟଥ୍-ଯିୟାରୀମ କହନ୍ତି) ଓ ରବ୍ବାନ୍ତଏଥିର ଗ୍ରାମ ସମେତ ଦୁଇ ନଗର ।
61 ପ୍ରାନ୍ତରରେ ବୈଥ୍-ଅରାବା, ମିଦ୍ଦୀନ୍ ଓ ସକାଖା
62 ଓ ନିବ୍ଶନ୍ ଓ ଲବଣ ନଗର ଓ ଐନ୍ଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର ।
ଯିହୋଶୂୟ ଅଧ୍ୟାୟ 15
63 ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି ।