Oriya ବାଇବଲ |

ଗଣନା ପୁସ୍ତକ total 36 ଅଧ୍ୟାୟଗୁଡ଼ିକ

ଗଣନା ପୁସ୍ତକ

ଗଣନା ପୁସ୍ତକ ଅଧ୍ୟାୟ 29
ଗଣନା ପୁସ୍ତକ ଅଧ୍ୟାୟ 29

1 ଆଉ ସପ୍ତମ ମାସରେ, ସେହି ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହିଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ଵନିର ଦିନ ।

2 ପୁଣି ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁ; ଏକ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ;

3 ଆଉ ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ

ଗଣନା ପୁସ୍ତକ ଅଧ୍ୟାୟ 29

4 ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ;

5 ପୁଣି ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ ।

6 ଏହି ସମସ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ-ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ପୁଣି ବିଧିମତେ ଉଭୟର ପେୟ-ନୈବେଦ୍ୟ, ଛଡ଼ା ଉତ୍ସର୍ଗ କରିବ ।

ଗଣନା ପୁସ୍ତକ ଅଧ୍ୟାୟ 29

7 ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଳେଶ ଦେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ;

8 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁ; ହେବେ;

9 ପୁଣି ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ

ଗଣନା ପୁସ୍ତକ ଅଧ୍ୟାୟ 29

10 ଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା;

11 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ; ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ ।

12 ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ ।

ଗଣନା ପୁସ୍ତକ ଅଧ୍ୟାୟ 29

13 ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁ; ହେବେ ।

14 ପୁଣି ତହିଁର ଭକ୍ଷ୍ୟ-ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ

15 ଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା;

ଗଣନା ପୁସ୍ତକ ଅଧ୍ୟାୟ 29

16 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ ।

17 ଆଉ ଦ୍ଵିତୀୟ ଦିନରେ ନିଖୁ; ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

18 ପୁଣି ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

19 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ ।

ଗଣନା ପୁସ୍ତକ ଅଧ୍ୟାୟ 29

20 ଆଉ ତୃତୀୟ ଦିନରେ ନିଖୁ; ଏଗାର ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

21 ପୁଣି ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

22 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ ।

23 ଆଉ ଚତୁର୍ଥ ଦିନରେ ନିଖୁ; ଦଶ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ

ଗଣନା ପୁସ୍ତକ ଅଧ୍ୟାୟ 29

24 ଓ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

25 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ ।

26 ଆଉ ପଞ୍ଚମ ଦିନରେ ନିଖୁ; ନଅ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

27 ପୁଣି ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

ଗଣନା ପୁସ୍ତକ ଅଧ୍ୟାୟ 29

28 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ ।

29 ଆଉ ଷଷ୍ଠ ଦିନରେ ନିଖୁ; ଆଠ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

30 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

31 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ ।

ଗଣନା ପୁସ୍ତକ ଅଧ୍ୟାୟ 29

32 ଆଉ ସପ୍ତମ ଦିନରେ ନିଖୁ; ସାତ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

33 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

34 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ ।

35 ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।

ଗଣନା ପୁସ୍ତକ ଅଧ୍ୟାୟ 29

36 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁ; ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ,

37 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

38 ପୁଣି ପାପାର୍ଥକ ବଳିରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ ।

39 ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ ଓ ସ୍ଵେଚ୍ଛାଦତ୍ତ ଉପହାର ସମ୍ଵନ୍ଧୀୟ ତୁମ୍ଭମାନଙ୍କ ହୋମବଳି ଓ ତୁମ୍ଭମାନଙ୍କ ଭକ୍ଷ୍ୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ଛଡ଼ା ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।

ଗଣନା ପୁସ୍ତକ ଅଧ୍ୟାୟ 29

40 ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଲେ, ମୋଶା ସେସମସ୍ତ ଇସ୍ରାଏଲ-ସନ୍ତାନଗଣକୁ କହିଲେ ।