Oriya ବାଇବଲ |

ଗଣନା ପୁସ୍ତକ total 36 ଅଧ୍ୟାୟଗୁଡ଼ିକ

ଗଣନା ପୁସ୍ତକ

ଗଣନା ପୁସ୍ତକ ଅଧ୍ୟାୟ 31
ଗଣନା ପୁସ୍ତକ ଅଧ୍ୟାୟ 31

1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,

2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ ।

3 ତହିଁରେ ମୋଶା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଲୋକ ସଜ୍ଜ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ତାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ ।

ଗଣନା ପୁସ୍ତକ ଅଧ୍ୟାୟ 31

4 ତୁମ୍ଭେମାନେ ଇସ୍ରାଏଲ-ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ ।

5 ତହୁଁ ସହସ୍ର ସହସ୍ର ଇସ୍ରାଏଲ ମଧ୍ୟରେ ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ, ଏହିରୂପେ ବାର ସହସ୍ର ଲୋକ ଯୁଦ୍ଧ ପାଇଁ ସଜ୍ଜିତ ହେଲେ ।

6 ପୁଣି ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ ।

ଗଣନା ପୁସ୍ତକ ଅଧ୍ୟାୟ 31

7 ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ ।

8 ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍ ଇବି ଓ ରେକମ୍ ଓ ସୂର ଓ ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମକୁ ମଧ୍ୟ ସେମାନେ ଖଡ଼୍ଟରେ ବଧ କଲେ ।

9 ଆଉ ଇସ୍ରାଏଲ-ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକ-ମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ ଓ ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ ।

ଗଣନା ପୁସ୍ତକ ଅଧ୍ୟାୟ 31

10 ଆଉ ସେମାନଙ୍କର ସକଳ ନିବାସ ନଗର ଓ ସକଳ ଛାଉଣି ଅଗ୍ନିରେ ଦଗ୍ଧ କଲେ ।

11 ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ ।

12 ପୁଣି ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର ଓ ଇଲୀୟାସର ଯାଜକର ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିକଟକୁ ସେହି ବନ୍ଦୀମାନଙ୍କୁ ଓ ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ ।

ଗଣନା ପୁସ୍ତକ ଅଧ୍ୟାୟ 31

13 ତହିଁରେ ମୋଶା ଓ ଇଲୀୟାସର ଯାଜକ ଓ ମଣ୍ତଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ ।

14 ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ ।

15 ଆଉ ମୋଶା ସେମାନଙ୍କୁ କହିଲେ, ତୁମ୍ଭେମାନେ କି ସମସ୍ତ ସ୍ତ୍ରୀଲୋକଙ୍କୁ ଜୀବିତ ରଖିଅଛ?

16 ଦେଖ, ଏମାନେ ବିଲୀୟମର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ତଳୀ ମଧ୍ୟରେ ମହାମାରୀ ହେଲା ।

ଗଣନା ପୁସ୍ତକ ଅଧ୍ୟାୟ 31

17 ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର ।

18 ମାତ୍ର ଯେଉଁ ସ୍ତ୍ରୀପିଲାମାନେ ପୁରୁଷ-ସହବାସ ଜ୍ଞାତ ହୋଇ ନାହାନ୍ତି, ସେସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ ।

19 ଆଉ ତୁମ୍ଭେମାନେ ସାତ ଦିନ ଛାଉଣିର ବାହାରେ ଛାଉଣି ସ୍ଥାପନ କରିବ; ତୁମ୍ଭେମାନେ ଯେତେ ଲୋକ ମନୁଷ୍ୟହତ୍ୟା କରିଅଛ ଓ ହତ ଲୋକଙ୍କୁ ସ୍ପର୍ଶ କରିଅଛ, ସମସ୍ତେ ତୃତୀୟ ଦିନରେ ଓ ସପ୍ତମ ଦିନରେ ଆପଣାମାନଙ୍କୁ ଓ ଆପଣା ଆପଣା ବନ୍ଦୀମାନଙ୍କୁ ପାପରୁ ପରିଷ୍କାର କର ।

ଗଣନା ପୁସ୍ତକ ଅଧ୍ୟାୟ 31

20 ପୁଣି ଯାବତୀୟ ବସ୍ତ୍ର ଓ ଚର୍ମନିର୍ମିତ ଯାବତୀୟ ବସ୍ତୁ ଓ ଛାଗଲୋମନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ଵନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ ।

21 ତହୁଁ ଇଲୀୟାସର ଯାଜକ ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କୁ କହିଲା, ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାର ଆଜ୍ଞା ଦେଇଥିଲେ, ତହିଁର ବିଧି ଏହି;

22 ତଥାପି ସୁନା ଓ ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା,

ଗଣନା ପୁସ୍ତକ ଅଧ୍ୟାୟ 31

23 ଯେସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି ଯେସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ ।

24 ପୁଣି ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ ।

25 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,

ଗଣନା ପୁସ୍ତକ ଅଧ୍ୟାୟ 31

26 ତୁମ୍ଭେ ଓ ଇଲୀୟାସର ଯାଜକ ଓ ମଣ୍ତଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର ।

27 ପୁଣି ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ତଳୀର ମଧ୍ୟରେ ବିଭାଗ କର ।

28 ପୁଣି ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ କର ଗ୍ରହଣ କର; ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ ଓ ଗୋରୁ ଓ ଗର୍ଦ୍ଦଭ ଓ ମେଷମାନଙ୍କର,

ଗଣନା ପୁସ୍ତକ ଅଧ୍ୟାୟ 31

29 ପ୍ରତି ପଚାଶରୁ ଗୋଟିଏ ଲେଖାଏଁ ଜୀବ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ନିମନ୍ତେ ଇଲୀୟାସର ଯାଜକକୁ ଦିଅ;

30 ପୁଣି ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ ଓ ଗୋରୁ ଓ ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପଚାଶରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ ।

31 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ଇଲୀୟାସର ଯାଜକ କଲେ ।

ଗଣନା ପୁସ୍ତକ ଅଧ୍ୟାୟ 31

32 ଯୋଦ୍ଧାମାନେ ଲୁଟିତ ସମ୍ପତ୍ତି ଛଡ଼ା ଯେଉଁ ସବୁ ଜୀବ ଧରିଥିଲେ, ସେମାନଙ୍କ ସଂଖ୍ୟା,

33 ଛଅ ଲକ୍ଷ ପଞ୍ଚସ୍ତରି ହଜାର ମେଷ

34 ଓ ବାସ୍ତରି ହଜାର ଗୋରୁ, ଏକଷଠି ହଜାର ଗର୍ଦ୍ଦଭ;

35 ଆଉ ପୁରୁଷ-ସହବାସ ଅଜ୍ଞାତା ସ୍ତ୍ରୀଲୋକ ସର୍ବସୁଦ୍ଧା ବତିଶ ହଜାର ଥିଲେ ।

36 ତହିଁରେ ଯୁଦ୍ଧକୁ ଯାଇଥିବା ଲୋକମାନଙ୍କର ଲଭ୍ୟ ଅର୍ଦ୍ଧାଂଶର ସଂଖ୍ୟା ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ ।

ଗଣନା ପୁସ୍ତକ ଅଧ୍ୟାୟ 31

37 ପୁଣି ସେହି ମେଷ ମଧ୍ୟରୁ ଛଅ ଶହ ପଞ୍ଚସ୍ତରି ମେଷ ସଦାପ୍ରଭୁଙ୍କର କର ସ୍ଵରୂପ ଥିଲା ।

38 ଆଉ ଗୋରୁ ଛତିଶ ହଜାର, ସେମାନଙ୍କ ମଧ୍ୟରୁ ବାସ୍ତରି ଗୋରୁ ସଦାପ୍ରଭୁଙ୍କର କର ସ୍ଵରୂପ ଥିଲା ।

39 ଆଉ ଗର୍ଦ୍ଦଭ ତିରିଶ ହଜାର ପାଞ୍ଚ ଶହ, ସେମାନଙ୍କ ମଧ୍ୟରୁ ଏକଷଠି ସଦାପ୍ରଭୁଙ୍କର କର ସ୍ଵରୂପ ଥିଲା ।

40 ପୁଣି ମନୁଷ୍ୟ ଷୋଳ ସହସ୍ର, ସେମାନଙ୍କ ମଧ୍ୟରୁ ବତିଶ ପ୍ରାଣୀ ସଦାପ୍ରଭୁଙ୍କର କର ସ୍ଵରୂପ ଥିଲା ।

ଗଣନା ପୁସ୍ତକ ଅଧ୍ୟାୟ 31

41 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କର ଉତ୍ତୋଳନୀୟ ଉପହାର ସ୍ଵରୂପେ ସେହି କର ଇଲୀୟାସର ଯାଜକକୁ ଦେଲେ ।

42 ପୁଣି ଯୋଦ୍ଧାମାନଙ୍କ ଅଂଶ ଭିନ୍ନ ଯେଉଁ ଅର୍ଦ୍ଧାଂଶ ମୋଶା ଇସ୍ରାଏଲ-ସନ୍ତାନଗଣକୁ ଦେଇଥିଲେ;

43 ମଣ୍ତଳୀର ଲଭ୍ୟ ସେହି ଅର୍ଦ୍ଧାଂଶ ସଂଖ୍ୟାରେ ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ

44 ଓ ଛତିଶ ହଜାର ଗୋରୁ

ଗଣନା ପୁସ୍ତକ ଅଧ୍ୟାୟ 31

45 ଓ ତିରିଶ ହଜାର ପାଞ୍ଚ ଶହ ଗର୍ଦ୍ଦଭ

46 ଓ ଷୋଳ ସହସ୍ର ମନୁଷ୍ୟ ଥିଲେ ।

47 ତହିଁରେ ମୋଶା ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ସେହି ଅର୍ଦ୍ଧାଂଶରୁ ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଚାଶ ମଧ୍ୟରୁ ଗୋଟିଏ ଲେଖାଏଁ ନେଇ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ଆବାସର ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦେଲେ ।

48 ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ଵକାରୀଗଣ, ଅର୍ଥାତ୍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,

ଗଣନା ପୁସ୍ତକ ଅଧ୍ୟାୟ 31

49 ପୁଣି ସେମାନେ ମୋଶାଙ୍କୁ କହିଲେ, ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ ।

50 ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ଵର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ତଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ ।

51 ତହୁଁ ମୋଶା ଓ ଇଲୀୟାସର ଯାଜକ ସେମାନଙ୍କଠାରୁ ସେହି ସ୍ଵର୍ଣ୍ଣ, ଅର୍ଥାତ୍, ଶିଳ୍ପିତ ଅଳଙ୍କାର ନେଲେ ।

ଗଣନା ପୁସ୍ତକ ଅଧ୍ୟାୟ 31

52 ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ଵର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ଵର୍ଣ୍ଣ ଷୋଳ ହଜାର ସାତ ଶହ ପଚାଶ ଶେକଲ ପରିମିତ ଥିଲା ।

53 କାରଣ ଯୋଦ୍ଧାମାନେ ପ୍ରତ୍ୟେକେ ଆପଣା ଆପଣା ନିମନ୍ତେ ଲୁଟିତ ଦ୍ରବ୍ୟ ନେଇଥିଲେ ।

54 ଏଉତ୍ତାରେ ମୋଶା ଓ ଇଲୀୟାସର ଯାଜକ ସହସ୍ରପତି ଓ ଶତପତିମାନଙ୍କଠାରୁ ସେହି ସ୍ଵର୍ଣ୍ଣ ଗ୍ରହଣ କଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥକ ଚିହ୍ନ ରୂପେ ତାହା ସମାଗମ-ତମ୍ଵୁରେ ରଖିଲେ ।

ଗଣନା ପୁସ୍ତକ ଅଧ୍ୟାୟ 31