ହିତୋପଦେଶ ଅଧ୍ୟାୟ 13
9 ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ ।
10 ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି ।
11 ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ ।
12 ଆଶାସିଦ୍ଧିର ବିଳମ୍ଵ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ଵରୂପ ।
13 ଯେଉଁ ଲୋକ (ପରମେଶ୍ଵରଙ୍କ) ବାକ୍ୟ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେନ୍ତ ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ ।
6