Oriya ବାଇବଲ |

ହିତୋପଦେଶ total 31 ଅଧ୍ୟାୟଗୁଡ଼ିକ

ହିତୋପଦେଶ

ହିତୋପଦେଶ ଅଧ୍ୟାୟ 23
ହିତୋପଦେଶ ଅଧ୍ୟାୟ 23

1 ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯନିପୂର୍ବକ ବିବେଚନା କର ।

2 ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ ।

3 ତାହାର ସୁସ୍ଵାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ ।

4 ଧନୀ ହେବା ପାଇଁ ଆପଣାକୁ କ୍ଳା; କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷା; ହୁଅ ।

ହିତୋପଦେଶ ଅଧ୍ୟାୟ 23

5 ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ ।

6 କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି ତାହାର ସୁସ୍ଵାଦୁ ଖାଦ୍ୟକୁ ଲୋଭ କର ନାହିଁ;

7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ ।

8 ତୁମ୍ଭେ ଯେଉଁ କଳକ ଖାଇଅଛ, ତାହା ଉଦ୍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ ।

ହିତୋପଦେଶ ଅଧ୍ୟାୟ 23

9 ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ ।

10 ପୁରାତନ ସୀମା ଘୁଞ୍ଚାଅ ନାହିଁ, ପୁଣି ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ ।

11 କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।

12 ଉପଦେଶରେ ତୁମ୍ଭର ମନ ଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ ।

13 ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ ।

ହିତୋପଦେଶ ଅଧ୍ୟାୟ 23

14 ତୁମ୍ଭେ ତାହାକୁ ବାଡ଼ିରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ ।

15 ହେ ମୋହର ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ, ମୋହର, ବିଶେଷରେ ମୋହର ମନ ହୃଷ୍ଟ ହେବ ।

16 ହଁ, ତୁମ୍ଭ ଓଷ୍ଠ ଯଥାର୍ଥ କଥା କହିଲେ, ମୋହର ଅନ୍ତଃକରଣ ଆହ୍ଲାଦିତ ହେବ ।

17 ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।

18 କାରଣ ପୁରସ୍କାର ନିତା; ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ ।

ହିତୋପଦେଶ ଅଧ୍ୟାୟ 23

19 ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି ତୁମ୍ଭ ମନକୁ ସତ୍ପଥରେ କଢ଼ାଇ ନିଅ ।

20 ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ ।

21 କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ ।

22 ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି ମାତା ବୃଦ୍ଧା ହେଲେ,ତାହାକୁ ତୁଚ୍ଛ କର ନାହିଁ ।

23 ସତ୍ୟତା କିଣ, ପୁଣି ତାହା ବିକ ନାହିଁ; ଜ୍ଞାନ ଓ ଉପଦେଶ ଓ ସୁବିବେଚନା (କିଣ) ।

ହିତୋପଦେଶ ଅଧ୍ୟାୟ 23

24 ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ ।

25 ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ ।

26 ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ ।

27 କାରଣ ବେଶ୍ୟା ଗଭୀର ଖାତ, ପୁଣି ପର-ସ୍ତ୍ରୀ ସଙ୍କୀର୍ଣ୍ଣ କୂପ ଅଟେ ।

ହିତୋପଦେଶ ଅଧ୍ୟାୟ 23

28 ଆହୁରି ସେ ଡକାୟତ ପରି ଛକି ବସେ, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ଵାସଘାତକମାନଙ୍କ ସଂଖ୍ୟା ବଢ଼ାଏ ।

29 କାହାର ହାହାକାର? କାହାର ଓକାର? କାହାର କଳି? କାହାର ବକାବକି? କାହାର ଅକାରଣ କ୍ଷତ? କାହାର ରକ୍ତବର୍ଣ୍ଣ ଚକ୍ଷୁଣ?

30 ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାʼନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର ।

31 ଦ୍ରାକ୍ଷାରସ ରଙ୍ଗିୟା ହେଲେ ଓ ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ ।

ହିତୋପଦେଶ ଅଧ୍ୟାୟ 23

32 ଶେଷରେ ତାହା ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ ।

33 ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ ।

34 ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ ।

35 ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି ।

ହିତୋପଦେଶ ଅଧ୍ୟାୟ 23