Oriya ବାଇବଲ |

ହିତୋପଦେଶ total 31 ଅଧ୍ୟାୟଗୁଡ଼ିକ

ହିତୋପଦେଶ

ହିତୋପଦେଶ ଅଧ୍ୟାୟ 27
ହିତୋପଦେଶ ଅଧ୍ୟାୟ 27

1 ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ ।

2 ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ ।

3 ପଥର ଭାରୀ ଓ ବାଲି ଗୁରୁ; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ ।

4 କୋପ ଦୁର; ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ଵାଳା ଆଗରେ କିଏ ଠିଆ ହୋଇ ପାରେ?

ହିତୋପଦେଶ ଅଧ୍ୟାୟ 27

5 ଗୁପ୍ତ ପ୍ରେମଠାରୁ ପ୍ରକାଶିତ ଅନୁଯୋଗ ଭଲ ।

6 ପ୍ରେମକାରୀର କ୍ଷତ ବିଶ୍ଵାସ୍ୟ; ମାତ୍ର ଶତ୍ରୁର ଚୁମ୍ଵନ ବହୁଳ ।

7 ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକି ତିକ୍ତ ଦ୍ରବ୍ୟସବୁ ମିଷ୍ଟ ।

8 ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ ।

9 ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ ।

ହିତୋପଦେଶ ଅଧ୍ୟାୟ 27

10 ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ ।

11 ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋʼ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି ।

12 ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ ।

13 ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ ହୁଏ, ତାହାକୁ ବନ୍ଧକ ରଖ ।

ହିତୋପଦେଶ ଅଧ୍ୟାୟ 27

14 ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ ।

15 ଭାରୀ ବୃଷ୍ଟିଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି ।

16 ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ ।

17 ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ ।

ହିତୋପଦେଶ ଅଧ୍ୟାୟ 27

18 ଯେକେହି ଡିମିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ ।

19 ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ ।

20 ଯେପରି ପାତାଳ ଓ ବିନାଶ-ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଚକ୍ଷୁ କେତେବେଳେ ତୃପ୍ତ ନୁହେଁ ।

21 କୋୟିରେ ରୂପା, ଉହ୍ମାଇରେ ସୁନା, ପ୍ରଶଂସାରେ ମନୁଷ୍ୟ ପରୀକ୍ଷିତ ହୁଏ ।

ହିତୋପଦେଶ ଅଧ୍ୟାୟ 27

22 ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ ।

23 ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯନିବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର ।

24 କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କʼଣ ପୁରୁଷାନୁକ୍ରମରେ ଥାଏ?

25 ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ ।

ହିତୋପଦେଶ ଅଧ୍ୟାୟ 27

26 ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ଵରୂପ ଅଟେ ।

27 ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ ।