Oriya ବାଇବଲ |
ହିତୋପଦେଶ total 31 ଅଧ୍ୟାୟଗୁଡ଼ିକ
ହିତୋପଦେଶ
ହିତୋପଦେଶ ଅଧ୍ୟାୟ 31
ହିତୋପଦେଶ ଅଧ୍ୟାୟ 31
1 ଲମୂୟେଲ ରାଜାର କଥା; ଅର୍ଥାତ୍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି ।
2 ହେ ମୋହର ପୁତ୍ର, ହେ ମୋʼ ଗର୍ଭର ପୁତ୍ର, ହେ ମୋʼ ମାନତର ପୁତ୍ର, କଅଣ କହିବି?
3 ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ ।
4 ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ ।
ହିତୋପଦେଶ ଅଧ୍ୟାୟ 31
5 ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ।
6 ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ ।
7 ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ ।
8 ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ ।
9 ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
ହିତୋପଦେଶ ଅଧ୍ୟାୟ 31
10 ଗୁଣବତୀ ସ୍ତ୍ରୀ କିଏ ପାଇପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ ।
11 ତାହାର ସ୍ଵାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି ତାହାର ଲାଭର ଅଭାବ ହୁଏ ନାହିଁ ।
12 ସେ ଜୀବନଯାଏ ସ୍ଵାମୀର କ୍ଷତି ନ କରି ମଙ୍ଗଳ କରେ ।
13 ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ ।
14 ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ ।
ହିତୋପଦେଶ ଅଧ୍ୟାୟ 31
15 ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ ।
16 ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ ।
17 ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ ।
18 ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ ।
ହିତୋପଦେଶ ଅଧ୍ୟାୟ 31
19 ସେ ଚରଖାକୁ ହାତ ବଢ଼ାଏ, ପୁଣି ତାହାର ହସ୍ତ ତାକୁଡ଼ି ଧରେ ।
20 ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ ।
21 ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି ।
22 ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ ।
ହିତୋପଦେଶ ଅଧ୍ୟାୟ 31
23 ତାହାର ସ୍ଵାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ଵାରରେ ବସିବା ବେଳେ ଚିହ୍ନାଯାଏ ।
24 ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ ।
25 ବଳ ଓ ଶୋଭା ତାହାର ବସ୍ତ୍ର ସ୍ଵରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ ।
26 ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ଵାରେ ଦୟାର ବ୍ୟବସ୍ଥା ଥାଏ ।
ହିତୋପଦେଶ ଅଧ୍ୟାୟ 31
27 ସେ ଆପଣା ପରିବାରର ଆଚରଣରେ ମନୋ-ଯୋଗ କରେ, ପୁଣି ଆଳସ୍ୟର ଆହାର ଖାଏ ନାହିଁ ।
28 ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ଵାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
29 ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ ।
30 ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ ।
ହିତୋପଦେଶ ଅଧ୍ୟାୟ 31
31 ତାହାର ହାତର ଫଳ ତାହାକୁ ଦିଅ, ପୁଣି ତାହାର ନିଜ କର୍ମ ନଗର-ଦ୍ଵାରରେ ତାହାର ପ୍ରଶଂସା କରୁ ।