Oriya ବାଇବଲ |

ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ

ଗୀତସଂହିତା

ଗୀତସଂହିତା ଅଧ୍ୟାୟ 1
ଗୀତସଂହିତା ଅଧ୍ୟାୟ 1

1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,

2 ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ ।

3 ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ଵସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ ।

ଗୀତସଂହିତା ଅଧ୍ୟାୟ 1

4 ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ଵାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି ।

5 ଏହେତୁ ଦୁଷ୍ଟମାନେ ବିଚାର-ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ତଳୀରେ ଠିଆ ହେବେ ନାହିଁ ।

6 କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ ।