Oriya ବାଇବଲ |
ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ
ଗୀତସଂହିତା
ଗୀତସଂହିତା ଅଧ୍ୟାୟ 119
ଗୀତସଂହିତା ଅଧ୍ୟାୟ 119
1 ଆଲେଫ୍ । ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ ।
2 ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ ।
3 ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି ।
4 ଆମ୍ଭେମାନେ ଯନିପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ ।
ଗୀତସଂହିତା ଅଧ୍ୟାୟ 119
5 ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯେବେ ମୋହର ଗତି ସୁସ୍ଥିର ହୁଅନ୍ତା!
6 ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ ।
7 ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ।
8 ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତା; ପରିତ୍ୟାଗ କର ନାହିଁ । ବୈତ୍ ।
9 ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ ।
ଗୀତସଂହିତା ଅଧ୍ୟାୟ 119
10 ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛିନ୍ତ ମୋତେ ତୁମ୍ଭ ଆଜ୍ଞାପଥରୁ ଭ୍ରମିବାକୁ ଦିଅ ନାହିଁ ।
11 ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି ।
12 ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ ।
13 ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି ।
ଗୀତସଂହିତା ଅଧ୍ୟାୟ 119
14 ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ ବାକ୍ୟରୂପ ପଥରେ ଆମୋଦ କରିଅଛି ।
15 ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି ।
16 ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ । ଗିମେଲ୍ ।
17 ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି ।
ଗୀତସଂହିତା ଅଧ୍ୟାୟ 119
18 ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି ।
19 ମୁଁ ପୃଥିବୀରେ ପ୍ରବାସୀନ୍ତ ତୁମ୍ଭର ଆଜ୍ଞାସବୁ ମୋʼଠାରୁ ଲୁଚାଅ ନାହିଁ ।
20 ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋʼ ପ୍ରାଣ କ୍ଷୀଣ ହୁଏ ।
21 ଯେଉଁ ଶାପଗ୍ରସ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞାପଥରୁ ଭ୍ରମନ୍ତି, ତୁମ୍ଭେ ସେମାନଙ୍କୁ ଧମକାଇଅଛ ।
ଗୀତସଂହିତା ଅଧ୍ୟାୟ 119
22 ମୋʼଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି ।
23 ଅଧିପତିମାନେ ମଧ୍ୟ ବସି ମୋʼ ବିରୁଦ୍ଧରେ କଥା କହିଲେ; ମାତ୍ର ତୁମ୍ଭର ଦାସ ତୁମ୍ଭ ବିଧିସକଳ ଧ୍ୟାନ କଲା ।
24 ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ । ଦାଲତ୍ ।
25 ମୋହର ପ୍ରାଣ ଧୂଳିରେ ଲାଗୁଅଛି; ତୁମ୍ଭେ ନିଜ ବାକ୍ୟାନୁସାରେ ମୋତେ ସଚେତ କର ।
ଗୀତସଂହିତା ଅଧ୍ୟାୟ 119
26 ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ ମୋତେ ଉତ୍ତର ଦେଲ; ତୁମ୍ଭର ବିଧିସବୁ ମୋତେ ଶିଖାଅ ।
27 ତୁମ୍ଭେ ଆପଣା ଆଜ୍ଞାପଥସବୁ ମୋତେ ବୁଝାଇ ଦିଅ; ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟକର୍ମସବୁ ଧ୍ୟାନ କରିବି ।
28 ଶୋକ ସକାଶୁ ମୋʼ ପ୍ରାଣ ତରଳି ଯାଏ; ତୁମ୍ଭେ ଆପଣା ବାକ୍ୟାନୁସାରେ ମୋତେ ସବଳ କର ।
29 ମୋʼଠାରୁ ମିଥ୍ୟାମାର୍ଗ ଅନ୍ତର କର ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର ।
ଗୀତସଂହିତା ଅଧ୍ୟାୟ 119
30 ମୁଁ ବିଶ୍ଵସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି ।
31 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; ହେ ସଦାପ୍ରଭୋ, ମୋତେ ଲଜ୍ଜିତ କର ନାହିଁ ।
32 ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞାପଥରେ ଧାବମାନ ହେବି । ହେ ।
33 ହେ ସଦାପ୍ରଭୋ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି ।
ଗୀତସଂହିତା ଅଧ୍ୟାୟ 119
34 ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି ।
35 ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ ।
36 ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋʼ ଚିତ୍ତର ସ୍ନେହ ଜନ୍ମାଅ ।
37 ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର ।
ଗୀତସଂହିତା ଅଧ୍ୟାୟ 119
38 ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ ।
39 ମୋହର ଭୟଜନକ ନିନ୍ଦା ଦୂର କର; କାରଣ ତୁମ୍ଭର ଶାସନସକଳ ଉତ୍ତମ ।
40 ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର । ବୌ ।
41 ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ ।
ଗୀତସଂହିତା ଅଧ୍ୟାୟ 119
42 ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ ।
43 ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି ।
44 ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି ।
45 ଆଉ, ମୁଁ ସ୍ଵଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି ।
ଗୀତସଂହିତା ଅଧ୍ୟାୟ 119
46 ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି ।
47 ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି ।
48 ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି । ସୟିନ୍ ।
49 ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର ।
ଗୀତସଂହିତା ଅଧ୍ୟାୟ 119
50 ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ଵନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି ।
51 ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ ।
52 ହେ ସଦାପ୍ରଭୋ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ଵନାଯୁକ୍ତ କରିଅଛି ।
53 ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ତ କ୍ରୋଧ ମୋତେ ଆକ୍ରମଣ କରିଅଛି ।
ଗୀତସଂହିତା ଅଧ୍ୟାୟ 119
54 ମୋʼ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି ।
55 ହେ ସଦାପ୍ରଭୋ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି ।
56 ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି । ହେତ୍ ।
57 ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି ।
58 ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋʼ ପ୍ରତି ଦୟାଳୁ ହୁଅ ।
ଗୀତସଂହିତା ଅଧ୍ୟାୟ 119
59 ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି ।
60 ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ଵର ହେଲି ଓ ବିଳମ୍ଵ କଲି ନାହିଁ ।
61 ଦୁଷ୍ଟମାନଙ୍କର ରଜ୍ଜୁ ମୋʼ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ ।
62 ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି ।
ଗୀତସଂହିତା ଅଧ୍ୟାୟ 119
63 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେସମସ୍ତଙ୍କର ସଙ୍ଗୀ ।
64 ହେ ସଦାପ୍ରଭୋ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ । ଟେଟ୍ ।
65 ହେ ସଦାପ୍ରଭୋ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ ।
66 ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ । କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ଵାସ କରିଅଛି ।
ଗୀତସଂହିତା ଅଧ୍ୟାୟ 119
67 ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ ।
68 ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ;
69 ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ମିଥ୍ୟାକଥା କଳ୍ପନା କରିଅଛନ୍ତି; ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି ।
70 ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ; ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ ।
71 ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା ।
ଗୀତସଂହିତା ଅଧ୍ୟାୟ 119
72 ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ । ଇୟୂଦ୍ ।
73 ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର ।
74 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି ।
75 ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି ତୁମ୍ଭେ ବିଶ୍ଵସ୍ତ ଭାବରେ ମୋତେ ଦୁଃଖ ଦେଇଅଛ ।
ଗୀତସଂହିତା ଅଧ୍ୟାୟ 119
76 ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ଵନା-ଜନକ ହେଉ ।
77 ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ ।
78 ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; କାରଣ ସେମାନେ ଅନ୍ୟାୟରେ ମୋହର ସର୍ବନାଶ କରିଅଛନ୍ତି; ମାତ୍ର ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ।
ଗୀତସଂହିତା ଅଧ୍ୟାୟ 119
79 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋʼ କତିକି ଫେରନ୍ତୁ, ତହିଁରେ ସେମାନେ ତୁମ୍ଭର ପ୍ରମାଣ ବାକ୍ୟ ଜ୍ଞାତସାର ହେବେ ।
80 ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋʼ ଅନ୍ତଃକରଣ ସିଦ୍ଧ ହେଉ । କଫ୍ ।
81 ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ ।
82 ତୁମ୍ଭେ କେବେ ମୋତେ ସାନ୍ତ୍ଵନା କରିବ? ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ ।
ଗୀତସଂହିତା ଅଧ୍ୟାୟ 119
83 କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି । ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ ।
84 ତୁମ୍ଭ ଦାସର ଦିନ କେତେ? ତୁମ୍ଭେ କେବେ ମୋʼ ତାଡ଼ନାକାରୀମାନଙ୍କର ବିଚାର କରିବ?
85 ଅହଙ୍କାରୀମାନେ ମୋʼ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହନ୍ତି ।
86 ତୁମ୍ଭର ଆଜ୍ଞାସବୁ ବିଶ୍ଵସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର ।
ଗୀତସଂହିତା ଅଧ୍ୟାୟ 119
87 ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ ।
88 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସଚେତ କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି । ଲାମଦ୍ ।
89 ହେ ସଦାପ୍ରଭୋ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ଵର୍ଗରେ ସଂସ୍ଥାପିତ ଅଛି ।
90 ତୁମ୍ଭର ବିଶ୍ଵସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକି ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ ।
ଗୀତସଂହିତା ଅଧ୍ୟାୟ 119
91 ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ ।
92 ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥାʼନ୍ତି ।
93 ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; କାରଣ ତଦ୍ଦ୍ଵାରା ତୁମ୍ଭେ ମୋତେ ସଚେତ କରିଅଛ ।
94 ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ଵେଷଣ କରିଅଛି ।
ଗୀତସଂହିତା ଅଧ୍ୟାୟ 119
95 ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି ।
96 ମୁଁ ସବୁ ସିଦ୍ଧିର ଅ; ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ଅତିଶୟ ପ୍ରଶସ୍ତ । ମେମ୍ ।
97 ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ । ତାହା ଦିନଯାକ ମୋହର ଧ୍ୟାନ ।
98 ତୁମ୍ଭ ଆଜ୍ଞାସବୁ ମୋତେ ମୋʼ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋʼ ସଙ୍ଗେ ଥାଏ ।
ଗୀତସଂହିତା ଅଧ୍ୟାୟ 119
99 ମୋହର ସମସ୍ତ ଗୁରୁ ଅପେକ୍ଷା ମୋʼ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ ।
100 ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ । ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି ।
101 ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି ।
102 ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ ।
ଗୀତସଂହିତା ଅଧ୍ୟାୟ 119
103 ମୋʼ ତୁଣ୍ତକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର!
104 ତୁମ୍ଭ ବିଧାନ ଦ୍ଵାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ । ନୂନ୍ ।
105 ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ ।
106 ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି ।
ଗୀତସଂହିତା ଅଧ୍ୟାୟ 119
107 ମୁଁ ଅତ୍ୟ; ଦୁଃଖିତ ଅଛି; ହେ ସଦାପ୍ରଭୋ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର ।
108 ହେ ସଦାପ୍ରଭୋ, ନିବେଦନ କରୁଅଛି, ମୋʼ ମୁଖର ସ୍ଵେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ ।
109 ମୋʼ ପ୍ରାଣ ନିରନ୍ତର ମୋʼ ହସ୍ତରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ ।
110 ଦୁଷ୍ଟମାନେ ମୋʼ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ ।
ଗୀତସଂହିତା ଅଧ୍ୟାୟ 119
111 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ ।
112 ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି । ସାମକ୍ ।
113 ମୁଁ ଦ୍ଵିମନାମାନଙ୍କୁ ଘୃଣା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ପ୍ରିୟ ଜ୍ଞାନ କରେ ।
114 ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ ।
ଗୀତସଂହିତା ଅଧ୍ୟାୟ 119
115 ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ଵରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋʼ ନିକଟରୁ ଦୂର ହୁଅ ।
116 ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋʼ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ ।
117 ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି ।
118 ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛ ଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା ।
ଗୀତସଂହିତା ଅଧ୍ୟାୟ 119
119 ତୁମ୍ଭେ ପୃଥିବୀସ୍ଥ ଦୁଷ୍ଟସମସ୍ତଙ୍କୁ ଧାତୁର ଖାଦ ପରି ଦୂର କରିଥାଅ; ଏଣୁ ମୁଁ ତୁମ୍ଭ ପ୍ରମାଣ-ବାକ୍ୟକୁ ସ୍ନେହ କରେ ।
120 ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ । ଅଇନ୍ ।
121 ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋʼ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ ।
122 ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋʼ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ ।
ଗୀତସଂହିତା ଅଧ୍ୟାୟ 119
123 ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି ।
124 ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର ଓ ତୁମ୍ଭର ବିଧି ମୋତେ ଶିଖାଅ ।
125 ମୁଁ ତୁମ୍ଭର ଦାସ, ଯେପରି ମୁଁ ତୁମ୍ଭର ପ୍ରମାଣ-ବାକ୍ୟସକଳ ଜ୍ଞାତ ହେବି, ଏଥିପାଇଁ ମୋତେ ବୁଦ୍ଧି ଦିଅ ।
126 ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି ।
ଗୀତସଂହିତା ଅଧ୍ୟାୟ 119
127 ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ ।
128 ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ । ପେ ।
129 ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋʼ ପ୍ରାଣ ତାହାସବୁ ପାଳନ କରେ ।
130 ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ ।
ଗୀତସଂହିତା ଅଧ୍ୟାୟ 119
131 ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚା କରି ଫିଟାଇ ପକାଇଲି ।
132 ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର ।
133 ତୁମ୍ଭ ବାକ୍ୟାନୁସାରେ ମୋʼ ପାଦଗତି ସଜାଡ଼ ଓ ମୋʼ ଉପରେ କୌଣସି ଅଧର୍ମକୁ ରାଜତ୍ଵ କରିବାକୁ ଦିଅ ନାହିଁ ।
134 ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି ।
ଗୀତସଂହିତା ଅଧ୍ୟାୟ 119
135 ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ ।
136 ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି । ସାଦେ ।
137 ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ ।
138 ତୁମ୍ଭେ ଧର୍ମରେ ଓ ଅତି ବିଶ୍ଵସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ ।
139 ମୋହର ଉଦ୍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରି ଅଛନ୍ତି ।
ଗୀତସଂହିତା ଅଧ୍ୟାୟ 119
140 ତୁମ୍ଭର ବାକ୍ୟ ଅତ୍ୟ; ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ ।
141 ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ ।
142 ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ ।
143 କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ ।
144 ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି । କଫ ।
ଗୀତସଂହିତା ଅଧ୍ୟାୟ 119
145 ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି ।
146 ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି ।
147 ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି ।
148 ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା ।
ଗୀତସଂହିତା ଅଧ୍ୟାୟ 119
149 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୋ, ଆପଣା ଶାସନାନୁସାରେ ମୋତେ ସଚେତ କର ।
150 ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ ।
151 ହେ ସଦାପ୍ରଭୋ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ ।
152 ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ । ରେଶ୍ ।
ଗୀତସଂହିତା ଅଧ୍ୟାୟ 119
153 ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ ।
154 ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର ।
155 ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ ।
156 ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର ।
ଗୀତସଂହିତା ଅଧ୍ୟାୟ 119
157 ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ ।
158 ମୁଁ ବିଶ୍ଵାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ ।
159 ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୋ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର ।
160 ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ । ଶିନ୍ ।
ଗୀତସଂହିତା ଅଧ୍ୟାୟ 119
161 ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ ।
162 କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ ।
163 ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ ।
164 ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ ।
165 ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ ।
ଗୀତସଂହିତା ଅଧ୍ୟାୟ 119
166 ହେ ସଦାପ୍ରଭୋ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି ।
167 ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ ।
168 ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି । କାରଣ ମୋହର ସବୁ ଗତି ତୁମ୍ଭ ସମ୍ମୁଖରେ ଅଛି । ତୌ ।
169 ହେ ସଦାପ୍ରଭୋ, ମୋହର କାକୁକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର ।
ଗୀତସଂହିତା ଅଧ୍ୟାୟ 119
170 ମୋʼ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର ।
171 ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ ।
172 ମୋʼ ଜିହ୍ଵା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ ।
173 ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି ।
ଗୀତସଂହିତା ଅଧ୍ୟାୟ 119
174 ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ।
175 ମୋହର ପ୍ରାଣ ଜୀବିତ ଥାଉ, ତହିଁରେ ତାହା ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ ।
176 ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ ।