Oriya ବାଇବଲ |

ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ

ଗୀତସଂହିତା

ଗୀତସଂହିତା ଅଧ୍ୟାୟ 123
ଗୀତସଂହିତା ଅଧ୍ୟାୟ 123

1 ଆରୋହଣ-ଗୀତ । ହେ ସ୍ଵର୍ଗୋପବିଷ୍ଟ, ମୁଁ ତୁମ୍ଭ ଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରେ ।

2 ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ ।

3 ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ ।

ଗୀତସଂହିତା ଅଧ୍ୟାୟ 123

4 ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀ-ମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି ।