Oriya ବାଇବଲ |

ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ

ଗୀତସଂହିତା

ଗୀତସଂହିତା ଅଧ୍ୟାୟ 126
ଗୀତସଂହିତା ଅଧ୍ୟାୟ 126

1 ଆରୋହଣ-ଗୀତ । ସଦାପ୍ରଭୁ ସିୟୋନର ଦାସତ୍ଵାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ଵପ୍ନଦର୍ଶକ-ମାନଙ୍କ ପରି ଥିଲୁ ।

2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ଵା ଗାୟନରେ ପରିପୂର୍ଣ୍ଣ ହେଲା;

3 ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ ।

4 ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ଵାବସ୍ଥା ପରିବର୍ତ୍ତନ କର ।

ଗୀତସଂହିତା ଅଧ୍ୟାୟ 126

5 ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ ।

6 ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ ।