Oriya ବାଇବଲ |
ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ
ଗୀତସଂହିତା
ଗୀତସଂହିତା ଅଧ୍ୟାୟ 129
ଗୀତସଂହିତା ଅଧ୍ୟାୟ 129
1 ଆରୋହଣ-ଗୀତ ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କହୁନ୍ତୁ;
2 ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି ।
3 କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ଵ ଲମ୍ଵ ଶିଆର କଲେ ।
4 ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି ।
ଗୀତସଂହିତା ଅଧ୍ୟାୟ 129
5 ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ ।
6 ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;
7 ଯଦ୍ଦ୍ଵାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନ-କାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ ।
8 କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ, ଏହା ପଥିକମାନେ କହନ୍ତି ନାହିଁ ।