Oriya ବାଇବଲ |

ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ

ଗୀତସଂହିତା

ଗୀତସଂହିତା ଅଧ୍ୟାୟ 130
ଗୀତସଂହିତା ଅଧ୍ୟାୟ 130

1 ଆରୋହଣ-ଗୀତ । ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି ।

2 ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ ।

3 ହେ ସଦାପ୍ରଭୋ, ତୁମ୍ଭେ ଯେବେ ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ?

4 ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି ।

5 ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି,

ଗୀତସଂହିତା ଅଧ୍ୟାୟ 130

6 ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ;

7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ;

8 ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ ।