Oriya ବାଇବଲ |

ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ

ଗୀତସଂହିତା

ଗୀତସଂହିତା ଅଧ୍ୟାୟ 135
ଗୀତସଂହିତା ଅଧ୍ୟାୟ 135

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର ।

2 ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ-ପ୍ରାଙ୍ଗଣରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ

3 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର ।

ଗୀତସଂହିତା ଅଧ୍ୟାୟ 135

4 ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି ।

5 କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବ ଅପେକ୍ଷା ଶ୍ରେଷ୍ଠ ।

6 ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି ।

7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ତାରସମୂହରୁ ବାୟୁ ବାହାର କରି ଆଣନ୍ତି ।

ଗୀତସଂହିତା ଅଧ୍ୟାୟ 135

8 ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ ।

9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ ଓ ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ ।

10 ସେ ଅନେକ ଗୋଷ୍ଠୀଙ୍କି ସଂହାର କଲେ, ପରାକ୍ରା; ରାଜାମାନଙ୍କୁ,

11 ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ ।

ଗୀତସଂହିତା ଅଧ୍ୟାୟ 135

12 ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ ।

13 ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ ।

14 ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ ।

15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ ।

ଗୀତସଂହିତା ଅଧ୍ୟାୟ 135

16 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;

17 ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ଵାସପ୍ରଶ୍ଵାସ ନାହିଁ ।

18 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ ।

19 ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;

ଗୀତସଂହିତା ଅଧ୍ୟାୟ 135

20 ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର । ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର ।

21 ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।