Oriya ବାଇବଲ |
ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ
ଗୀତସଂହିତା
ଗୀତସଂହିତା ଅଧ୍ୟାୟ 136
ଗୀତସଂହିତା ଅଧ୍ୟାୟ 136
1 ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
2 ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
3 ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
4 ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ଵିତୀୟ, ତାହାଙ୍କର (ଧନ୍ୟବାଦ କରନ୍ତ)ଣଗୀତ.୭୨:୧୮ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା ଅଧ୍ୟାୟ 136
5 ଯେ ବୁଦ୍ଧିରେ ଆକାଶମଣ୍ତଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ)
6 ଯେ ଭୂମଣ୍ତଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ) ଯିରି.୧୦:୧୨ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
7 ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
8 ଦିବସରେ କର୍ତ୍ତୃତ୍ଵ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା ଅଧ୍ୟାୟ 136
9 ରାତ୍ରିରେ କର୍ତ୍ତୃତ୍ଵ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
10 ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ଵାରା) ମିସରକୁ ଆଘାତ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
11 ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
12 ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ଵାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା ଅଧ୍ୟାୟ 136
13 ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
14 ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
15 ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
16 ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା ଅଧ୍ୟାୟ 136
17 ଯେ ମହାରାଜଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
18 ପରାକ୍ରା; ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
19 ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
20 ପୁଣି, ବାଶନର ରାଜା ଓଗ୍କୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଗୀତସଂହିତା ଅଧ୍ୟାୟ 136
21 ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
22 ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
23 ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
24 ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା ଅଧ୍ୟାୟ 136
25 ସବୁ ପ୍ରାଣୀକି ଆହାର ଦିଅନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
26 ସ୍ଵର୍ଗର ପରମେଶ୍ଵରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।