Oriya ବାଇବଲ |

ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ

ଗୀତସଂହିତା

ଗୀତସଂହିତା ଅଧ୍ୟାୟ 146
ଗୀତସଂହିତା ଅଧ୍ୟାୟ 146

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର ।

2 ମୁଁ ବଞ୍ଚିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ଵରଙ୍କର ପ୍ରଶଂସାଗାନ କରିବି ।

3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ ।

ଗୀତସଂହିତା ଅଧ୍ୟାୟ 146

4 ତାହାର ନିଃଶ୍ଵାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏନ୍ତ ସେହି ଦିନ ତାହାର ସଙ୍କଳ୍ପସବୁ ନଷ୍ଟ ହୁଏ ।

5 ଯାକୁବର ପରମେଶ୍ଵର ଯାହାର ସାହାଯ୍ୟ ସ୍ଵରୂପ, ସଦାପ୍ରଭୁ ଆପଣା ପରମେଶ୍ଵର ଯାହାର ଆଶାଭୂମି, ସେ ଲୋକ ଧନ୍ୟନ୍ତ

6 ସେ ଆକାଶମଣ୍ତଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;

7 ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି ।

ଗୀତସଂହିତା ଅଧ୍ୟାୟ 146

8 ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତିନ୍ତ ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି ।

9 ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି ।

10 ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ଵର ସକଳ ପୁରୁଷା-ନୁକ୍ରମରେ ରାଜ୍ୟ କରିବେ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।

ଗୀତସଂହିତା ଅଧ୍ୟାୟ 146